ଆମେରିକାରେ ବିଯୁକ୍ତ ୪୬ ଡିଗ୍ରୀ ତାପମାତ୍ରା

ଆମେରିକାର ଉତ୍ତରପୂର୍ବ ଭାଗରେ ଭୀଷଣ ଶୀତ ଲହରି ଜାରି ରହିଛି। ଫଳରେ ନ୍ୟୁ ହାମ୍ପସାୟାର ମାଉଣ୍ଟ ଓ୍ବାଶିଂଟନ ସମେତ ମାସାଚୁସେଟ୍ସରେ ତାପମାତ୍ରା ବିଯୁକ୍ତ ୪୬ ଡିଗ୍ରୀ ସେଲ୍‌ସିୟସରେ ପହଞ୍ଚତ୍ଛି। ଶୀତ ଲହରି ନ୍ୟୁୟର୍କ ସମେତ ମାସାଚ୍ୟୁସେଟ୍ସ, କନେକ୍ଟିକଟ, ରୋଡେ ଆଇଲାଣ୍ଡ, ନ୍ୟୁ ହାମ୍ପିଶାୟାର, ଭରମୋଣ୍ଟ ଏବଂ ମାଇନେରେ ଜାରି ରହିବ ବୋଲି ସତର୍କ କରିଦିଆଯାଇଛି। ଏହି ଅଞ୍ଚଳରେ ୧୬ ନିୟୁତ ଲୋକ ବସବାସ କରନ୍ତି। ବହୁବର୍ଷ ପରେ ଆମେରିକାରେ ଏଭଳି ଥଣ୍ଡା ଅନୁଭୂତ ହୋଇଛି। ଜାତୀୟ ପାଣିପାଗ ସେବା ବିଭାଗ ଅନୁଯାୟୀ ଏଭଳି ଥଣ୍ଡା ପାଗ ବେଶୀଦିନ ରହି ନ ଥାଏ। ତେବେ ପ୍ରବଳ ଥଣ୍ଡା ସାଙ୍ଗକୁ କାଲୁଆ ପବନ ଯୋଗୁ ଭୟଙ୍କର ପାଗ ସୃଷ୍ଟି ହୋଇଛି। ଥଣ୍ଡା ଯୋଗୁ ଶୁକ୍ରବାର ଦୁଇଟି ସହରର ଶିକ୍ଷାନୁଷ୍ଠାନକୁ ବନ୍ଦ ଘୋଷଣା କରାଯାଇଥିଲା। ରବିବାର ପର୍ଯ୍ୟନ୍ତ ବୋଷ୍ଟନରେ ଏମର୍ଜେନ୍ସି ଜାରି ହୋଇଛି ଏବଂ ଲୋକମାନଙ୍କୁ ସହାୟତା ଲାଗି ଓ୍ବାର୍ମିଂ ସେଣ୍ଟରମାନ ଖୋଲାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri