‘ଲୋକଙ୍କ ଜୀବନ ରକ୍ଷା କରିବା ମୋ କାମ’

କୋକସରା,୨ା୭(ଡି.ଏନ୍‌.ଏ.): ବିଷାକ୍ତ ସାପ ହେଉ ଅବା ଅଜଗର ସମସ୍ତ ପ୍ରକାର ସାପକୁ କାବୁ କରିବା ତାଙ୍କର ନିତିଦିନିଆ କାମ । ନିଶା ହେଉ ଅବା ପେସା ପ୍ରତିଦିନ ସକାଳୁ ରାତି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରୁ ତାଙ୍କ ନିକଟକୁ ଫୋନ୍‌ ଆସେ। ଶୀଘ୍ର ଆସି ସାପକୁ ଉଦ୍ଧାର କର ଓ ଆମକୁ ସୁରକ୍ଷିତ କର। ସେ ମଧ୍ୟ ତୁରନ୍ତ ଉକ୍ତ ସ୍ଥାନରେ ପହଞ୍ଚି ବିଷାକ୍ତ ସାପକୁ କାବୁ କରି ପରବର୍ତ୍ତୀ ସମୟରେ ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦିଅନ୍ତି।

କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରେଙ୍ଗାଳପାଲି ଗ୍ରାମର ନିରଞ୍ଜନ ଶବର(୩୫) ଆଜକୁ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ସାପ ଧରି ଆସୁଛନ୍ତି। ଜୁନାଗଡ଼ ବ୍ଲକ ଦାସିଗାର ବୀରେନ୍ଦ୍ର ସାହୁଙ୍କଠାରୁ ପ୍ରେରଣା ପାଇ ଭୁବନେଶ୍ୱର ସ୍ନେକ୍‌ ହେଳ୍ପ ଲାଇନରୁ ଟ୍ରେନିଂ କରି ଏବେ ସେ ଜଣେ ଦକ୍ଷ ସାପ ଧରାଳି। ଜୟପାଟଣା, କୋକସରା ଓ କଲମପୁର ବ୍ଲକ ଅଞ୍ଚଳରେ ସେ ସାପ ଧରାଳି ଭାବେ ପରିଚିତ। ସେ ବର୍ତ୍ତମାନ ସୁଦ୍ଧା ୧୦ ହଜାରରୁ ଅଧିକ ବିଷାକ୍ତ ସାପ ଧରିବା ସହ ସେମାନଙ୍କୁ ସୁରକ୍ଷିତ ଭାବେ ଜଙ୍ଗଲରେ ଛାଡ଼ିଥିବା କହିଛନ୍ତି। କୌଣସି ସ୍ଥାନରେ ସାପ ରହିଥିବା ଖବର ମିଳିବା ମାତ୍ରେ ସେ ପହଞ୍ଚି ସାପକୁ ଉଦ୍ଧାର କରି ଲୋକଙ୍କ ଜୀବନକୁ ସୁରକ୍ଷିତ ଓ ଭୟମୁକ୍ତ କରନ୍ତି। ସ୍ନେକ୍‌ ମ୍ୟାନ ଭାବେ ଅଞ୍ଚଳରେ ପରିଚିତ ନିରଞ୍ଜନ ଶବରଙ୍କ କାର୍ଯ୍ୟ ପାଇଁ ଅଞ୍ଚଳରେ ତାଙ୍କୁ ଧନ୍ୟବାଦ ଦେଉଛନ୍ତି ସାଧାରଣ ଲୋକେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?