‘ଲୋକଙ୍କ ଜୀବନ ରକ୍ଷା କରିବା ମୋ କାମ’

କୋକସରା,୨ା୭(ଡି.ଏନ୍‌.ଏ.): ବିଷାକ୍ତ ସାପ ହେଉ ଅବା ଅଜଗର ସମସ୍ତ ପ୍ରକାର ସାପକୁ କାବୁ କରିବା ତାଙ୍କର ନିତିଦିନିଆ କାମ । ନିଶା ହେଉ ଅବା ପେସା ପ୍ରତିଦିନ ସକାଳୁ ରାତି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରୁ ତାଙ୍କ ନିକଟକୁ ଫୋନ୍‌ ଆସେ। ଶୀଘ୍ର ଆସି ସାପକୁ ଉଦ୍ଧାର କର ଓ ଆମକୁ ସୁରକ୍ଷିତ କର। ସେ ମଧ୍ୟ ତୁରନ୍ତ ଉକ୍ତ ସ୍ଥାନରେ ପହଞ୍ଚି ବିଷାକ୍ତ ସାପକୁ କାବୁ କରି ପରବର୍ତ୍ତୀ ସମୟରେ ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦିଅନ୍ତି।

କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରେଙ୍ଗାଳପାଲି ଗ୍ରାମର ନିରଞ୍ଜନ ଶବର(୩୫) ଆଜକୁ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ସାପ ଧରି ଆସୁଛନ୍ତି। ଜୁନାଗଡ଼ ବ୍ଲକ ଦାସିଗାର ବୀରେନ୍ଦ୍ର ସାହୁଙ୍କଠାରୁ ପ୍ରେରଣା ପାଇ ଭୁବନେଶ୍ୱର ସ୍ନେକ୍‌ ହେଳ୍ପ ଲାଇନରୁ ଟ୍ରେନିଂ କରି ଏବେ ସେ ଜଣେ ଦକ୍ଷ ସାପ ଧରାଳି। ଜୟପାଟଣା, କୋକସରା ଓ କଲମପୁର ବ୍ଲକ ଅଞ୍ଚଳରେ ସେ ସାପ ଧରାଳି ଭାବେ ପରିଚିତ। ସେ ବର୍ତ୍ତମାନ ସୁଦ୍ଧା ୧୦ ହଜାରରୁ ଅଧିକ ବିଷାକ୍ତ ସାପ ଧରିବା ସହ ସେମାନଙ୍କୁ ସୁରକ୍ଷିତ ଭାବେ ଜଙ୍ଗଲରେ ଛାଡ଼ିଥିବା କହିଛନ୍ତି। କୌଣସି ସ୍ଥାନରେ ସାପ ରହିଥିବା ଖବର ମିଳିବା ମାତ୍ରେ ସେ ପହଞ୍ଚି ସାପକୁ ଉଦ୍ଧାର କରି ଲୋକଙ୍କ ଜୀବନକୁ ସୁରକ୍ଷିତ ଓ ଭୟମୁକ୍ତ କରନ୍ତି। ସ୍ନେକ୍‌ ମ୍ୟାନ ଭାବେ ଅଞ୍ଚଳରେ ପରିଚିତ ନିରଞ୍ଜନ ଶବରଙ୍କ କାର୍ଯ୍ୟ ପାଇଁ ଅଞ୍ଚଳରେ ତାଙ୍କୁ ଧନ୍ୟବାଦ ଦେଉଛନ୍ତି ସାଧାରଣ ଲୋକେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri