ହାତୀ ଚଲାପଥରେ ପାର୍କିଂ କଲେ ଦଣ୍ଡ

କେନ୍ଦୁଝର,୪।୩ (ସ୍ବ.ପ୍ର.) – ହାତୀ ମାନଙ୍କ ଚଳପ୍ରଚଳ ଅଞ୍ଚଳରେ ବନ ବିଭାଗ ପକ୍ଷରୁ ସୂଚନା ଫଳକ ଲଗାଯାଇଛି ।  ବିଶେଷ କରି କେନ୍ଦୁଝର ବନଖଣ୍ଡର ଏନ୍‌ଏଚ୍‌ ୪୯, ଏନ୍‌ଏଚ୍‌ ୨୦ ତଥା ଅନ୍ୟ ରାସ୍ତା ଅତିକ୍ରମ କରି ହାତୀ ମାନେ ଗୋଟିଏ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ଚଳପ୍ରଚଳ କରିଥାନ୍ତି ।  ତେବେ ବହୁ ସଂଖ୍ୟାରେ ଗାଡି ଚଳାଚଳ ଏବଂ ରାସ୍ତା କଡ ଓ ଉପରେ ପାର୍କିଂ କରୁଥିବାରୁ ହାତୀ ମାନେ ଚଳପ୍ରଚଳ କରିପାରୁନାହାନ୍ତି। ବିଶେଷ କରି ବାଂଶପାଳ ବ୍ଲକ ଶୁଆକାଟି ସ୍ଥିତ ଖଣିରୁ ଲୁହାପଥର ପରିବହନ ପାଇଁ ବହୁ ସଂଖ୍ୟାରେ ଟ୍ରକ ରାସ୍ତା କଡ଼ରେ ବା ଉପରେ ଲମ୍ବା ଧାଡିରେ ଘଣ୍ଟା ଘଣ୍ଟା ଠିଆ ହୋଇ ରହୁଥିବାରୁ ହାତୀ ମାନେ ଯାତାୟାତ କରି ନ ପାରି ଆଖପାଖ ଅଞ୍ଚଳରେ ଉପତ୍ାତ କରୁଛନ୍ତି। ଏନେଇ ଧରିତ୍ରୀ ରେ ଖବର ପ୍ରକାଶ ପାଇବା ପରେ ବନ ବିଭାଗ ପଦକ୍ଷେପ ନେଉଥିବା ସୂଚନା ଦେଇଥିଲେ। ଏବେ ହାତୀ ଚଲାପଥ ପାଇଁ ଲଗାଯାଇଥିବା ସୂଚନା ଫଳକ ଠାରୁ ୧୦୦ ମିଟର ପର୍ଯ୍ୟନ୍ତ ସ୍ଥାନରେ କାୈଣସି ଗାଡି ଠିଆ କଲେ ଓ ହାତୀ ଚଲାପଥ ଅବରୋଧ କଲେ ଦଣ୍ଡିତ ହେବେ ବୋଲି ବନ ବିଭାଗ ପକ୍ଷରୁ ତାଗିଦ କରାଯାଇଛି। ଏହାକୁ ପରିବେଶବିତ ମାନେ ସ୍ବାଗତ କରିବା ସହ ଉକ୍ତ ଅଞ୍ଚଳରେ ପାଟ୍ରୋଲିଂ କରି ହାତୀ ମାନଙ୍କୁ ସୁରକ୍ଷିତ ଯାତାୟାତ କରିବା ପାଇଁ ବ୍ୟବସ୍ଥା କରିବାକୁ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri