୧୭ରୁ ପୁଣି ବର୍ଷା!

ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ ରବିବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ତେବେ ୧୭ରୁ ପୁଣି ବର୍ଷା ହୋଇପାରେ ବୋଲି ସୋମବାର ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୭ ତାରିଖ ପାଖାପାଖି ଉତ୍ତର ବଙ୍ଗୋପ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୮ ତାରିଖ ସକାଳ ପାଖାପାଖି ଉତ୍ତର ଓ ଉପକୂଳରେ ପହଞ୍ଚିବ। ତେଣୁ ଏହାର ପ୍ରଭାବରେ ୧୭ ତାରିଖରୁ ରାଜ୍ୟରେ ପୁଣି ବର୍ଷା ହେବ। ତେବେ ଅଧିକ ପରିମାଣରେ ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ରାଜ୍ୟରେ ବର୍ତ୍ତମାନର ବର୍ଷା ସ୍ଥିତି ନେଇ ମହାପାତ୍ର କହିଛନ୍ତି, ଗଭୀର ଅବପାତଟି ସକାଳେ ଚାନ୍ଦବାଲିର ଦକ୍ଷିଣକୁ ଓ ଉପକୂଳ ଅତିକ୍ରମ କରିବା ପରେ ଚାନ୍ଦବାଲି ପାଖରୁ ପ୍ରାୟ ୩୦ କିମି ଦୂରରେ ଓ କେନ୍ଦୁଝରରୁ ପ୍ରାୟ ୧୦୦ କିମି ଦକ୍ଷିଣ-ପୂର୍ବ ଦିଗରେ ଏହା ଉପକୂଳ ଓ ଉପରେ କେନ୍ଦ୍ରୀଭୂତ ଅଛି। ଏହାର ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ବିଶେଷ କରି କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri