୧୭ରୁ ପୁଣି ବର୍ଷା!

ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ ରବିବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ତେବେ ୧୭ରୁ ପୁଣି ବର୍ଷା ହୋଇପାରେ ବୋଲି ସୋମବାର ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୭ ତାରିଖ ପାଖାପାଖି ଉତ୍ତର ବଙ୍ଗୋପ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୮ ତାରିଖ ସକାଳ ପାଖାପାଖି ଉତ୍ତର ଓ ଉପକୂଳରେ ପହଞ୍ଚିବ। ତେଣୁ ଏହାର ପ୍ରଭାବରେ ୧୭ ତାରିଖରୁ ରାଜ୍ୟରେ ପୁଣି ବର୍ଷା ହେବ। ତେବେ ଅଧିକ ପରିମାଣରେ ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ରାଜ୍ୟରେ ବର୍ତ୍ତମାନର ବର୍ଷା ସ୍ଥିତି ନେଇ ମହାପାତ୍ର କହିଛନ୍ତି, ଗଭୀର ଅବପାତଟି ସକାଳେ ଚାନ୍ଦବାଲିର ଦକ୍ଷିଣକୁ ଓ ଉପକୂଳ ଅତିକ୍ରମ କରିବା ପରେ ଚାନ୍ଦବାଲି ପାଖରୁ ପ୍ରାୟ ୩୦ କିମି ଦୂରରେ ଓ କେନ୍ଦୁଝରରୁ ପ୍ରାୟ ୧୦୦ କିମି ଦକ୍ଷିଣ-ପୂର୍ବ ଦିଗରେ ଏହା ଉପକୂଳ ଓ ଉପରେ କେନ୍ଦ୍ରୀଭୂତ ଅଛି। ଏହାର ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ବିଶେଷ କରି କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri