ଆଜିଠୁ ବର୍ଷା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ପଶ୍ଚିମା ଝଡ ପ୍ରଭାବରେ ଆଜି ରାଜ୍ୟରେ କିଛି ସ୍ଥାନରେ ବିଜୁଳି, ଘଡଘଡି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ଅପରପକ୍ଷେ, ଗୁରୁବାର ଦାରିଙ୍ଗବାଡ଼ିରେ ମାତ୍ର ୨ ମିମି ବର୍ଷା ହୋଇଥିବା ବେଳେ ରାଜ୍ୟର ବିଭିନ୍ନ ସହରରେ ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ପାଇଥିବା ଦେଖାଯାଇଛି। ବଲାଙ୍ଗୀର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ ଥିଲା ବେଳେ ସୋନପୁର ଓ ଟିଟିଲାଗଡ଼ରେ ୩୬.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।