Posted inଜାତୀୟ

ସମୟ ପୂର୍ବରୁ ଅପରାଧୀଙ୍କୁ ଖଲାସ କରିବା ସରକାରଙ୍କ କାମ: ସୁପ୍ରିମ୍‌ କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତଙ୍କ ମୁକ୍ତି ନେଇ…

ନୂଆଦିଲ୍ଲୀ,୨୪।୧ : ଅପରାଧୀଙ୍କୁ ସମୟ ପୂର୍ବରୁ ଖଲାସ କରିବା ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ଶୀର୍ଷକୋର୍ଟ କହିଛନ୍ତି, ଜଣେ ଦୋଷୀଙ୍କୁ ସମୟ ପୂର୍ବରୁ ମୁକ୍ତି ଦେବା ସରକାରଙ୍କ କାମ। ଏଭଳି ମୁକ୍ତି ମାମଲା ସରକାରଙ୍କ ନୀତି ଅନୁଯାୟୀ ହୋଇଥାଏ। ଏହା ସହିତ ସୁପ୍ରିମକୋର୍ଟ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦୋଷୀଙ୍କୁ ଖଲାସ କରିବା ଆଦେଶ ଦେବାକୁ କରିବାକୁ ମନା କରିଦେଇଛନ୍ତି।
ଏହା ସହିତ ମୁକ୍ତି ପାଇଁ ଆବେଦନକାରୀଙ୍କ ଅନୁରୋଧକୁ ବିଚାର କରିବାକୁ ଗୁଜରାଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦୋଷୀ ସାବ୍ୟସ୍ତ ହେବା ସମୟରେ ଯେଉଁ ସରକାରୀ ନୀତି ଥିବ ତାହା ଆଧାରରେ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି କୋର୍ଟ କହିଛନ୍ତି।

ଉଲ୍ଲେଖନୀୟ ବିଷୟ ହେଉଛି, ବିଲକିସ ବାନୋଙ୍କ ମାମଲାରେ ଦୋଷୀଙ୍କୁ ସମୟ ପୂର୍ବରୁ ମୁକ୍ତ ହେବା ବିରୋଧରେ ସୁପ୍ରିମକୋର୍ଟରେ ଏକ ଆବେଦନ ବିଚାରାଧୀନ ଅଛି। ସେହି ଦୋଷୀମାନଙ୍କୁ ଗତ ବର୍ଷ ଗୁଜରାଟ ସରକାର ୯ ଜୁଲାଇ ୧୯୯୨ରେ ଥିବା ନୀତି ଅଧାରରେ ମୁକ୍ତ କରିଥିଲେ। ଏହା ପରେ ସୁପ୍ରିମକୋର୍ଟରେ ବିଲକିସ ବାନୋ ଏବଂ ଅନ୍ୟମାନେ ଏହାକୁ ଚ୍ୟାଲେଞ୍ଜ କରିଥିଲେ।

ଗୁଜରାଟରେ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହିତେଶଙ୍କ ମାମଲାରେ ଭାରତର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ, ଜଷ୍ଟିସ ପିଏସ ନରସିଂହ ଏବଂ ଜଷ୍ଟିସ ଜେ.ବି ପାରଦୀୱାଲାଙ୍କ ନେତୃତ୍ୱରେ ଗଠିତ ବେଞ୍ଚର ନିଷ୍ପତ୍ତି ଆସିଛି। ହତ୍ୟା ମାମଲାରେ ଆଜୀବନ ଦୋଷୀ ସାବ୍ୟସ୍ତ ହୋଇଥିବା ହିତେଶଙ୍କୁ ସମୟ ପୂର୍ବରୁ ଖଲାସ ପାଇଁ ହୋଇଥିବା ଆବେଦନକୁ ପ୍ରତ୍ୟାଖ୍ୟାନ କରାଯାଇଛି।

ବେଞ୍ଚ ତାଙ୍କ ନିଷ୍ପତ୍ତିରେ କହିଛନ୍ତି, ଆମର ମତ ଯେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହା ରାଜ୍ୟ ଦ୍ୱାରା ପୁନର୍ବିଚାର କରାଯିବା ଯୋଗ୍ୟ। ଅସମୟ ମୁକ୍ତି ପ୍ରଦାନ ଏକ ନ୍ୟାୟିକ କାର୍ଯ୍ୟ ହୋଇଥିବାରୁ ରାଜ୍ୟ ସରକାରଙ୍କ ପୁନର୍ବିଚାର ପାଇଁ ଏହା ଉପଯୁକ୍ତ ଅଟେ। ରାଜ୍ୟ ସରକାରଙ୍କ ଅସମୟ ମୁକ୍ତି ପାଇଁ ଅନୁରୋଧକୁ ବିଚାର କରିବାକୁ ଆମେ ଉପଯୁକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଉଛୁ ଯାହା ୧୯୯୨ ନୀତି ଆଧାରରେ କାର୍ଯ୍ୟକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri