କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜିଲିବା ଗ୍ରାମର ବାଞ୍ଛାନିଧି ସେଠୀ (୭୦)। ସେହିପରି କେଳାପଙ୍କାଳ ଗ୍ରାମର ସବିତା ପରିଡ଼ା ଗାଧୋଇ ଯାଉଥିବା ବେଳେ ହାତୀପଲ ହାବୁଡ଼ରେ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଭଞ୍ଜନଗର ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି।
ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳରେ ହାତୀପଲ ଘୂରି ବୁଲୁଥିବା ବେଳେ ରବିବାର ରାତିରେ ୧୧ କେ.ଭି. ବିଦ୍ୟୁତ୍‌ ତାରରେ ଲାଗି ଏକ ଦନ୍ତାର ମୃତ୍ୟୁ ଘଟିଥିଲା। ପରେ ଉକ୍ତ ପଲରେ ଥିବା ଆଉ ୭ଟି ହାତୀ ଏବେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି। ଗୁରୁବାର ଜିଲିବା ଗ୍ରାମର ବାଞ୍ଛାନିଧିଙ୍କ ସମେତ ବହୁ ଲୋକ ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ କୁରେଇଶୁଣି ପାହାଡ଼ ପଟୁ ହାତୀପଲ ରାସ୍ତାକୁ ଚାଲି ଆସିଥିଲେ। ହାତୀ ଦେଖି ଲୋକେ ଦୌଡାଦୌଡ଼ି କରିଥିଲେ। ବାଞ୍ଛାନିଧି ଯାଇ ନ ପାରିବାରୁ ହାତୀ ଆକ୍ରମଣରେ ଗୁରୁତର ଆହତ ହୋଇଥିଲେ। ହାତୀପଲ ଯିବାପରେ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ବେଲଗୁଣ୍ଠା ଡାକ୍ତରଖାନାକୁ ଆଣିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଖବରପାଇ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ସତ୍ୟ ନାରାୟଣ ବେଉରା, ରେଞ୍ଜର ଫକୀର ଚରଣ ବେହେରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ବେଲଗୁଣ୍ଠା ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏହି ଘଟଣାର କିଛି ସମୟ ପରେ କେଳାପଙ୍କାଳର ସବିତା ନଦୀକୁ ଗାଧୋଇବାକୁ ଯିବାବେଳେ ହାତୀପଲ ହାବୁଡ଼ରେ ପଡ଼ି ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ଅତର୍କିତ ଆକ୍ରମଣ କରିଥିଲେ ମା’-ପୁଅ: ଏବେ ଜେଲ୍‌ରେ…

ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଏସ୍‌.ଚାଞ୍ଚଡାପଲ୍ଲୀ ଗ୍ରାମର ଗଗନ ପାତ୍ର ଏବଂ ତାଙ୍କ ସ୍ତ୍ରୀ ରାଜେଶ୍ୱରୀ ପାତ୍ରଙ୍କୁ ଘରେ ପଶି...

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ...

ଶୀତରେ ଥରୁଛି ଖଜୁରିପଡ଼ା: ତାପମାନ ଯନ୍ତ୍ର ବସାଇବାକୁ ଦାବି

ଖଜୁରିପଡ଼ା, ୧୫ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ୍‌ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ବେଶୀ ଅନୁଭୂତ ହେଉଛି।...

ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି

ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ...

ଶେଫାଳି ବର୍ମା ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୫ା୧୨: ଭାରତ ଓପନର ଶେଫାଳି ବର୍ମା ନଭେମ୍ୱର ମାସ ପାଇଁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ...

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri