Posted inଜାତୀୟ

‘ବିଶ୍ରାମ ନେବା ସମୟ ଆସିଯାଇଛି’

ଡେରାଡୁନ୍‌,୨୨।୧୨: ଆସନ୍ତା ବର୍ଷ ଆରମ୍ଭରେ ଉତ୍ତରାଖଣ୍ଡ ବିଧାନସଭା ନର୍ବାଚନ ହେବାକୁ ଥିବାବେଳେ କଂଗ୍ରେସର ଟ୍ରବୁଲ୍‌ ଶୁଟର ଭାବେ ପରିଚିତ ବରିଷ୍ଠ ନେତା ହରିଶ ରାଓ୍ବତ୍‌ ଦଳ ପାଇଁ ସମସ୍ୟା ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୩ ବର୍ଷୀୟ ରାଓ୍ବତ୍‌ ଦଳରେ ନିଜକୁ ଅସହାୟ ମନେ କରିବା ସହ ଭଗବାନଙ୍କ ମାର୍ଗଦର୍ଶନ ଚାହିଁଛନ୍ତି। ସେ ବହୁତ କିଛି କରିଛନ୍ତି, ହେଲେ ଦଳ ତାଙ୍କୁ ସହଯୋଗ କରୁ ନ ଥିବା ରାଓ୍ବତ୍‌ ଟୁଇଟ୍‌ କରିଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କର ଏଭଳି ଟୁଇଟ୍‌ ଦଳରେ ବିଦ୍ରୋହର ସୂଚନା ଦେଉଥିବା ଚର୍ଚ୍ଚା ହେଉଛି।
ଗାନ୍ଧୀ ପରିବାରର ଘନିଷ୍ଠ ଭାବେ ଜଣାଶୁଣା ରାଓ୍ବତ୍‌ କାହାର ନାଁ ନ ନେଇ ତାଙ୍କୁ ଦଳରେ ଅଣଦେଖା କରାଯାଉଥିବା ଅଭିଯୋଗ କରିଛନ୍ତି। ଆଗାମୀ ନିର୍ବାଚନରେ କ୍ଷମତାକୁ ଫେରିବା ଲାଗି କଂଗ୍ରେସ ଲକ୍ଷ୍ୟ ରଖିଥିବାବେଳେ ନିର୍ବାଚନ ସମୁଦ୍ର ପାର ହେବା ଲାଗି ସହାୟତା କରିବା ପରିବର୍ତ୍ତେ ସଂଗଠନ ତାଙ୍କଠାରୁ ମୁହଁ ଫେରାଇ ନେଉଛି କିମ୍ବା ନକରାତ୍ମକ ଭୂମିକା ନିଭାଉଛି ବୋଲି ରାଓ୍ବତ୍‌ ଲେଖିଛନ୍ତି। ଯେଉଁମାନେ ତାଙ୍କୁ ସହଯୋଗ କରିବେ ବୋଲି ସେ ଭାବୁଥିଲେ, ସେମାନେ ତାଙ୍କ ହାତଗୋଡ଼ ବାନ୍ଧି ଦେଇଛନ୍ତି। ମୁଁ ବହୁତ ବାଟ ଚାଲିଆସିଛି, ଏବେ ବିଶ୍ରାମ ନେବା ସମୟ ବୋଲି ସେମାନଙ୍କ କାର୍ଯ୍ୟରୁ ଅନୁଭୂତ ହେଉଥିବା ଉତ୍ତରାଖଣ୍ଡରେ କଂଗ୍ରେସ ନିର୍ବାଚନ ପ୍ରଚାରର ମୁଖ୍ୟ ହରିଶ ରାଓ୍ବତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri