ହୋଲି ଖେଳି ସମୁଦ୍ରରେ ଗାଧୋଇବା ହେଲା କାଳ: ସମୁଦ୍ରରେ ବୁଡି ଜଣେ ଛାତ୍ର ମୃତ

ଛତ୍ରପୁର,୧୫।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ପୋଡ଼ମପେଟା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଆଜି ସକାଳୁ ସମସ୍ତ ଗାଁ ଓ ସହରରେ ଯେମିତି ହୋଲି ଖେଳକୁ ନ଼େଇ ଚଳଚଞ୍ଚଳ ଥିଲା ସେମିତି ପୋଡ଼ମପେଟା ଗ୍ରାମରେ ଛୋଟ ଛୁଆଠୁ ଆରମ୍ଭ କରି ସମସ୍ତେ ହୋଲିରେ ମସଗୁଲ ଥିଲେ। କିନ୍ତୁ ଦ୍ୱିପ୍ରହର ୧୧ ସମୟରେ ସେହି ଗ୍ରାମର ମତ୍ସ୍ୟଜିବୀ ବି.ବାବାଜୀ ଙ୍କ ପୁଅ ବି.ଚନ୍ଦନ (ଚନ୍ଦୁ) ଯାହାଙ୍କ ବୟସ ୧୧ ବର୍ଷ , ସାଙ୍ଗ ମାନଙ୍କ ସହ ହୋଲି ଖେଳ ସାରି ସମୁଦ୍ରକୁ ଗାଧୋଇବାକୁ ଯାଇଥିଲେ। କିନ୍ତୁ ଅସାବଧନତା ହେତୁ ଦୁଇଟି ଛାତ୍ର ବୁଡି ଯାଇଥିଲେ। ସେଠାରେ ଉପସ୍ଥିତ ଥିବା କିଛି ଯୁବକ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ଗଞ୍ଜାମ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଜଣେ ଛାତ୍ରଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବାବେଳେ ଚନ୍ଦୁଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ଥିଲା l ତାଙ୍କୁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଡାକ୍ତର ସ୍ବାସ୍ଥ୍ୟ ଅବସ୍ଥା ଯାଞ୍ଚ କଲାପରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଫଳରେ ଛତ୍ରପୁର ମେଡିକାଲ ପରିସର ଶୋକର ଛାୟା ଖେଳିଯାଇଥିଲା। କାରଣ ସବୁ ଅଞ୍ଚଳରେ ଆଜି ଖୁସି ବାତାବରଣ ଦେଖିବାକୁ ମିଳୁଥିଲା ବେଳେ ନିରୀହ ନିଷ୍ପାପ ଛୁଆଟି ଖୁସିକୁ ହରାଇ ଆରପାରିକୁ ଚାଲିଯିବା ସମସ୍ତଙ୍କ ମନକୁ ସ୍ତବ୍ଦ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?