Posted inଖେଳ

ଇଭାନିସେଭିଚ୍‌ କୋଭିଡ୍‌-୧୯ ପଜିଟିଭ୍‌

ଜାଗ୍ରେବ୍‌, ୨୭ା୬ (ଏପି): ମହାନ୍‌ ଟେନିସ ଖେଳାଳି ଗୋରାନ ଇଭାନିସେଭିଚ୍‌ଙ୍କର ହୋଇଥିବା କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ୍‌ ଆସିଛି। ପୂର୍ବତନ ଓ୍ବିମ୍ବେଲଡନ ଚାମ୍ପିୟନ ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ନୋଭାକ୍‌ ଜୋକୋଭିଚ୍‌ଙ୍କ କୋଚ୍‌ ଅଛନ୍ତି। ନିକଟରେ ସର୍ବିଆ ଓ କ୍ରୋଏସିଆରେ ଅନୁଷ୍ଠିତ ଆଡ୍ରିଆ ଟୁର୍‌ ଏକ୍‌ଜିବିଶନ ସିରିଜରେ ସେ ସମ୍ପୃକ୍ତ ଥିଲେ। ଏହି ଇଭେଣ୍ଟରେ ଖେଳିବା ପରେ ଜୋକୋଭିଚ୍‌ ଓ ଅନ୍ୟ ୩ଜଣ ଖେଳାଳି କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି। ଅନ୍ୟ ଖେଳାଳିମାନେ ହେଲେ ଗ୍ରିଗୋର ଦିମିତ୍ରିଭ, ବୋର୍ନା କୋରିକ୍‌ ଓ ଭିକ୍ଟର ତ୍ରୋଇକି। ଇଭାନିସେଭିଚ୍‌ ୨୦୦୧ରେ ଓ୍ବିମ୍ବେଲଡନ ଟାଇଟଲ ଜିତିଥିଲେ। ଗତ ୧୦ଦିନ ମଧ୍ୟରେ ତାଙ୍କର ଦୁଇ ଥର ଟେଷ୍ଟ ହୋଇଥିଲା ଏବଂ ଫଳାଫଳ ନେଗେଟିଭ୍‌ ଆସିଥିଲା। ବର୍ତ୍ତମାନ କିନ୍ତୁ ପଜିଟିଭ୍‌ ଆସିଛି। ଇଭାନିସେଭିଚ୍‌ କହିଛନ୍ତି ମୋ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନଦେବା ଉଚିତ୍‌। କ୍ରୋଏସିଆର ଏହି ପୂର୍ବତନ ଟେନିସ ଖେଳାଳି କହିଛନ୍ତି ତାଙ୍କ ନିକଟରେ ଯଦିଓ କୌଣସି ଲକ୍ଷଣ ଦେଖାଯାଉ ନାହିଁ, ସେ କିନ୍ତୁ ସେଲ୍‌ଫ ଆଇସୋଲେଶନରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri