Posted inଖେଳ

ଇଭାନିସେଭିଚ୍‌ କୋଭିଡ୍‌-୧୯ ପଜିଟିଭ୍‌

ଜାଗ୍ରେବ୍‌, ୨୭ା୬ (ଏପି): ମହାନ୍‌ ଟେନିସ ଖେଳାଳି ଗୋରାନ ଇଭାନିସେଭିଚ୍‌ଙ୍କର ହୋଇଥିବା କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ୍‌ ଆସିଛି। ପୂର୍ବତନ ଓ୍ବିମ୍ବେଲଡନ ଚାମ୍ପିୟନ ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ନୋଭାକ୍‌ ଜୋକୋଭିଚ୍‌ଙ୍କ କୋଚ୍‌ ଅଛନ୍ତି। ନିକଟରେ ସର୍ବିଆ ଓ କ୍ରୋଏସିଆରେ ଅନୁଷ୍ଠିତ ଆଡ୍ରିଆ ଟୁର୍‌ ଏକ୍‌ଜିବିଶନ ସିରିଜରେ ସେ ସମ୍ପୃକ୍ତ ଥିଲେ। ଏହି ଇଭେଣ୍ଟରେ ଖେଳିବା ପରେ ଜୋକୋଭିଚ୍‌ ଓ ଅନ୍ୟ ୩ଜଣ ଖେଳାଳି କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି। ଅନ୍ୟ ଖେଳାଳିମାନେ ହେଲେ ଗ୍ରିଗୋର ଦିମିତ୍ରିଭ, ବୋର୍ନା କୋରିକ୍‌ ଓ ଭିକ୍ଟର ତ୍ରୋଇକି। ଇଭାନିସେଭିଚ୍‌ ୨୦୦୧ରେ ଓ୍ବିମ୍ବେଲଡନ ଟାଇଟଲ ଜିତିଥିଲେ। ଗତ ୧୦ଦିନ ମଧ୍ୟରେ ତାଙ୍କର ଦୁଇ ଥର ଟେଷ୍ଟ ହୋଇଥିଲା ଏବଂ ଫଳାଫଳ ନେଗେଟିଭ୍‌ ଆସିଥିଲା। ବର୍ତ୍ତମାନ କିନ୍ତୁ ପଜିଟିଭ୍‌ ଆସିଛି। ଇଭାନିସେଭିଚ୍‌ କହିଛନ୍ତି ମୋ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନଦେବା ଉଚିତ୍‌। କ୍ରୋଏସିଆର ଏହି ପୂର୍ବତନ ଟେନିସ ଖେଳାଳି କହିଛନ୍ତି ତାଙ୍କ ନିକଟରେ ଯଦିଓ କୌଣସି ଲକ୍ଷଣ ଦେଖାଯାଉ ନାହିଁ, ସେ କିନ୍ତୁ ସେଲ୍‌ଫ ଆଇସୋଲେଶନରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri