ଅନନ୍ତ-ରାଧିକାଙ୍କ ପ୍ରିଓ୍ବେଡିଂ ସେରିମନି ପାଇଁ ପହଞ୍ଚିଲେ ଇଭାଙ୍କା

ମୁମ୍ବାଇ,୧।୩: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଝିଅ ଇଭାଙ୍କା ଟ୍ରମ୍ପ ଶୁକ୍ରବାର (ମାର୍ଚ୍ଚ ୧)ରେ ଗୁଜୁରାଟର ଜାମନଗରରେ ପହଞ୍ଚିଛନ୍ତି। ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ରାଧିକା ମର୍ଚ୍ଚାଣ୍ଟଙ୍କ ତିନି ଦିନିଆ ବିବାହ ସମାରୋହ ଶୁକ୍ରବାର ଠାରୁ ଜାମନଗରରେ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ସାରା ବିଶ୍ୱରୁ ବହୁ ବିଦେଶି ଅତିଥିମାନେ ଆସୁଛନ୍ତି। ବର୍ତ୍ତମାନ ଜାମନଗର ବିମାନବନ୍ଦର ସବୁଠୁ ବ୍ୟସ୍ତବହୁଳ ବିମାନବନ୍ଦର ପାଲଟିଛି।

ଆମେରିକାର ପୂର୍ବତନ ରାଷ୍ଟ୍ରପତି ହେବା ବ୍ୟତୀତ ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଜଣେ ବଡ ବ୍ୟବସାୟୀ। ତାଙ୍କର ଅମ୍ବାନୀ ପରିବାର ସହିତ ମଧ୍ୟ ସମ୍ପର୍କ ଅଛି। ବ୍ୟବସାୟ ଜଗତରେ ଟ୍ରମ୍ପ ଏକ ବଡ ନାମ। ଏହି କାରଣରୁ ଟ୍ରମ୍ପ ପରିବାରକୁ ଅନନ୍ତ ଅମ୍ବାନୀ-ରାଧିକା ମର୍ଚ୍ଚାଣ୍ଟଙ୍କ ବିବାହ ସମାରୋହକୁ ନିମନ୍ତ୍ରଣ କରାଯାଇଥିଲା। ଇଭାଙ୍କା ଟ୍ରମ୍ପ ପରିବାର ପକ୍ଷରୁ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଭାରତ ଆସିଛନ୍ତି। ଇଭାଙ୍କାଙ୍କ ଧଳା ପୋଷାକ ଏବଂ ଲୋ ପନି ପିନ୍ଧିଥିବାର ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ସେ ଏକ କାରରେ ବସିଥିବାର ନଜର ଆସଛନ୍ତି।

ଗୁଜୁରାଟର ଜାମନଗର ବିମାନବନ୍ଦରରେ ଅନ୍ତର୍ଜାତୀୟ ଅତିଥିମାନେ ଗୋଟିଏ ପରେ ଗୋଟିଏ ପହଞ୍ଚୁଛନ୍ତି। ଇଭାଙ୍କାଙ୍କ ବ୍ୟତୀତ ଅନେକ VVIP ଅତିଥି ଏଠାକୁ ଆସିବାକୁ ଯାଉଛନ୍ତି। ଏହି ତିନି ଦିନିଆ କାର୍ଯ୍ୟକ୍ରମରେ ମୋର୍ଗାନ ଷ୍ଟେନଲିର ସିଇଓ ଟେଡ ପିକ, ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସ, ଡିଜନି ସିଇଓ ବବ ଆଇଗର, ବ୍ଲାକରକ ସିଇଓ ଲ୍ୟାରି ଫିଙ୍କ, ଏକନୋଟ ସିଇଓ ସୁଲତାନ ଅହମ୍ମଦ ଅଲ ଜାବେର ଏବଂ ଇଏଲ ରୋଥଚାଇଲ୍ଡ ଚେୟାରମ୍ୟାନ ଲିନ ଫରେଷ୍ଟର ଡି ରୋଥଚାଇଲ୍ଡ ଯୋଗଦେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ। ୨୦୪୭...

ଶାହରୁଖଙ୍କ ବଡ଼ ଉପଲବ୍ଧି: ଗୋଲ୍ଡ କଏନରେ ରହିଲା କିଙ୍ଗଖାନ୍‌ଙ୍କ ଫଟୋ

ମୁମ୍ବାଇ,୨୭।୭: ବଲିଉଡ ବାଦଶାହା ଶାହରୁଖ ଖାନ୍‌ଙ୍କୁ ମିଳିଛି ଆଉ ଏକ ବଡ଼ ଉପଲବ୍ଧି। ପୂର୍ବରୁ କୌଣସି କଳାକାର ହାସଲ କରି ନ ଥିବା ସମ୍ମାନର ହକ୍‌ଦାର...

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି।...

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri