ରାଜଧାନୀରେ ହାତୀଦାନ୍ତ ର଼୍ୟାକେଟ୍‌

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଭୁବନେଶ୍ୱରରେ ହାତୀଦାନ୍ତ ର଼୍ୟାକେଟ ଧରାପଡିଛି। ସୈନିକ ସ୍କୁଲ ଛକ ନିକଟରେ ଡିଲ୍‌ବେଳେ ମୈତ୍ରୀବିହାର ଥାନା ପୋଲିସ ରବିବାର ସାରେ ଚଢ଼ାଉ କରି ୨ ବନ୍ୟଜନ୍ତୁ ଚାଲାଣକାରୀଙ୍କୁ ଧରିଛି। ସେମାନଙ୍କଠୁ ପ୍ରାୟ ୩ କେଜି ଓଜନର ଏକ ହାତୀ ଦାନ୍ତ ଜବତ କରାଯାଇଛି। ଚାଲାଣକାରୀଦ୍ୱୟ ହେଲେ କନ୍ଧମାଳ ଜିଲାର ଗିରିଶ କୁମାର ନାୟକ ଓ ଦୀପକ ସାହୁ। ପୋଲିସ ଉଭୟଙ୍କୁ ଚନ୍ଦକା ଡିଭିଜନ ଅନ୍ତର୍ଗତ ଭୁବନେଶ୍ୱର ଓ୍ବାଇଲ୍ଡ ଲାଇଫ୍‌ ରେଞ୍ଜକୁ ହସ୍ତାନ୍ତର କରିଥିଲା। ବନବିଭାଗ ପକ୍ଷରୁ ଏନେଇ ଏକ ମାମଲା ରୁଜୁ କରାଯାଇ ଚାଲାଣକାରୀଦ୍ୱୟଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଙ୍କଠାରୁ ମଧ୍ୟ ଏକ ସ୍କୁଟି, ୩ଟି ମୋବାଇଲ ଓ ୧୬୦ ଟଙ୍କା ଜବତ ହୋଇଛି। ଅଭିଯୁକ୍ତଦ୍ୱୟଙ୍କୁ ହାତୀଦାନ୍ତ କାରବାର ସଂକ୍ରାନ୍ତରେ ବନବିଭାଗ ଟିମ୍‌ ପକ୍ଷରୁ ଅଧିକ ପଚରାଉଚରା କରାଯାଉଛି। ସୋମବାର ଉଭୟଙ୍କୁ କୋର୍ଟଚାଲାଣ କରାଯିବ ବୋଲି ରେଞ୍ଜ ଅଫିସର ବି.ବି. ମହାପାତ୍ର କହିଛନ୍ତି।
ପାଲିସ ସୂଚନା ଅନୁଯାୟୀ, ଗିରଫ ଅଭିଯୁକ୍ତଦ୍ୱୟ ଉକ୍ତ ହାତୀ ଦାନ୍ତକୁ ଧରି ସ୍କୁଟିରେ ବାଣୀବିହାର ପଟୁ ସାଲିଆ ସାହିକୁ ଯାଉଥିଲେ। ଲକ୍ଷାଧିକ ଟଙ୍କାରେ ଉକ୍ତ ହାତୀଦାନ୍ତକୁ ବିକ୍ରି କରିଥାନ୍ତେ। ଏନେଇ ଖବର ମିଳିବା ପରେ ପୋଲିସ ସୈନିକ ସ୍କୁଲ ଛକ ନିକଟରେ ଛକି ରହିଥିଲା। ଅଭିଯୁକ୍ତଦ୍ୱୟ ଉକ୍ତ ସ୍ଥାନ ଦେଇ ଯିବାବେଳେ ପୋଲିସ ସେମାନଙ୍କୁ କାବୁ କରିଥିଲା। ତଦନ୍ତରୁ ଜଣାପଡ଼ିଛି, ଗିରଫ ଅଭିଯୁକ୍ତଦ୍ୱୟଙ୍କ ସମେତ ୬ ଜଣ କନ୍ଧମାଳରୁ ଏକାଧିକ ହାତୀଦାନ୍ତ ଧରି ଆସିଛନ୍ତି। ସେମାନେ ଗ୍ରୁପ ହୋଇ ହାତୀ ଦାନ୍ତ ଡିଲ୍‌ କରିବାକୁ ରାଜଧାନୀର ବିଭିନ୍ନ ଅଞ୍ଚଳରେ ଗ୍ରାହକ ଖୋଜୁଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ୨ଜଣ ପୋଲିସ ହାତରେ ଧରାପଡ଼ିଯିବା ପରେ ବାକି ଅନ୍ୟ ୪ଜଣ ସତର୍କ ହୋଇଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଇରାନ-ପାକିସ୍ତାନ ମଧ୍ୟରେ ହେଲା ‘ଟେବୁଲ ତଳେ ଚୁକ୍ତି’ , ସହି ପାରିବେ ନାହିଁ ଟ୍ରମ୍ପ

ଇସଲାମାବାଦ,୨୧।୫: ପାକିସ୍ତାନର ଶାସକମାନେ ନିଜ ଦେଶକୁ ଅପମାନିତ କରିବାରେ ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଶାହବାଜ, ମୁନିର ଏବଂ ବର୍ତ୍ତମାନ ମୋହସିନ ନକଭି ସେମାନଙ୍କର ସାଧୁତା ବିକ୍ରୟ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ…

ବଡ଼ ଖବର: ସନ୍ନ୍ୟାସ ନେଇଗଲେ ଧୋନୀ! ଆଇପିଏଲ ଅଧାରୁ ସିଏସକେ ଛାଡ଼ି ପଳାଇବା ପରେ…

ନୂଆଦିଲ୍ଲୀ,୨୧।୫: ଚେନ୍ନାଇ ସୁପର କିଙ୍ଗ୍ସ ଆଜି (୨୧ ମେ) ଦିନ ଆଇପିଏଲ ୨୦୨୬ର ଶେଷ ଲିଗ ପର୍ଯ୍ୟାୟ ମ୍ୟାଚ ଗୁଜୁରାଟ ଟାଇଟନ୍ସ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଛି।…

Melody Toffee ପରେ ମେଲୋନିଙ୍କୁ ଆଉ ଏକ ବିଶେଷ ଉପହାର ଦେଲେ ମୋଦି

ରୋମ,୨୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ଦେଶ ଗସ୍ତ କରି ଫେରିଛନ୍ତି। ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମୋଦି ସେ ଯେଉଁ ଦେଶ ଗସ୍ତ କରିଥିଲେ ସେହି…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତା ୬୦% କୁ ବୃଦ୍ଧି

ଲକ୍ଷ୍ନୌ,୨୧ା୫: ଉତ୍ତରପ୍ରଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ବର୍ଦ୍ଧିତ ମୁଦ୍ରାସ୍ଫୀତି ମଧ୍ୟରେ, ଯୋଗୀ ସରକାର ରାଜ୍ୟ କର୍ମଚାରୀମାନଙ୍କୁ ଏକ…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri