ଟ୍ରେଜେରି ଅଫିସ ଷ୍ଟ୍ରଙ୍ଗରୁମ୍‌ରେ ରହିବ ହାତୀଦାନ୍ତ

ଛତ୍ରପୁର,୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଟ୍ରେଜେରି କାର୍ଯ୍ୟାଳୟର ଷ୍ଟ୍ରଙ୍ଗରୁମ୍‌ରେ ହାତୀଦାନ୍ତ ରଖିବାକୁ ସ୍ଥିର ହୋଇଛି । ଦୀର୍ଘ ୧୫ ବର୍ଷ ତଳେ ରମ୍ଭା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଞ୍ଚଳରେ ଏକ ଛୋଟ ହାତୀର ମୃତ୍ୟୁ ହୋଇଥିଲା। ତାର ୨ଟି ଦାନ୍ତକୁ ପ୍ରଥମେ ରମ୍ଭା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଫିସରେ ରଖାଯାଇଥିଲା। ରମ୍ଭା ୱାଇଲ୍ଡ ଲାଇଫ୍‌ ଖୋର୍ଦ୍ଧା ଜିଲା ବାଲୁଗାଁସ୍ଥିତ ଚିଲିକା ୱାଇଲ୍ଡ ଲାଇଫ୍‌ ଡିଭିଜନର ଡିଏଫଓଙ୍କ କାର୍ଯ୍ୟାଳୟ ଅଧୀନରେ ଆସୁଥିବାରୁ ଦାନ୍ତକୁ ସେଠାକୁ ସ୍ଥାନାନ୍ତର କରାଯାଇଥିଲା।

ବର୍ତ୍ତମାନ ସୁଦ୍ଧା ଚିଲିକା ୱାଇଲ୍ଡ ଲାଇଫ୍‌ ଡିଭିଜନର ଡିଏଫଓଙ୍କ କାର୍ଯ୍ୟାଳୟରେ ହାତୀଦାନ୍ତ ରହିଛି। ପୂର୍ବରୁ ସବୁ ଡିଭିଜନ ଓ ରେଞ୍ଜ ଅଫିସରେ ଥିବା ହାତୀଦାନ୍ତଗୁଡିକୁ ସମ୍ପୃକ୍ତ ଅଞ୍ଚଳର ଟ୍ରେଜେରି ଅଫିସର ଷ୍ଟ୍ରଙ୍ଗରୁମ୍‌ରେ ରଖାଯାଇଥିଲା ା ହେଲେ କୌଣସି କାରଣରୁ ତାହାକୁ ଷ୍ଟ୍ରଙ୍ଗରୁମ୍‌ରେ ରଖାଯାଇ ନ ଥିଲା। ଏନେଇ ୱାଇଲ୍ଡଲାଇଫ୍‌ ପକ୍ଷରୁ ଜିଲାପାଳଙ୍କୁ ଅନୁରୋଧ କରାଯାଇଥିଲା। ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ଟ୍ରେଜେରି ଅଫିସ ଷ୍ଟ୍ରଙ୍ଗରୁମ୍‌ରେ ହାତୀର ୨ଟି ଦାନ୍ତକୁ ରଖିବାକୁ ଗଞ୍ଜାମ ଜିଲାପାଳଙ୍କ ପକ୍ଷରୁ ସେପ୍ଟେମ୍ବର ୨୭ରେ ଚିଠି (ନଂ.୧୧୫୯)ରେ ଟ୍ରେଜେରି ଅଫିସରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ୨୮ରେ ହାତୀଦାନ୍ତକୁ ଟ୍ରେଜେରି ଅଫିସ ଷ୍ଟ୍ରଙ୍ଗରୁମ୍‌ରେ ରଖିବାକୁ ଟ୍ରେଜେରି ଅଫିସରଙ୍କ ପକ୍ଷରୁ ଏକ ଚିଠି (ନଂ.୩୧୪୩) ରମ୍ଭା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଫିସରଙ୍କୁ ଆସିଛି। ଏ ସମ୍ପର୍କରେ ବାଲୁଗାଁ ଚିଲିକା ୱାଇଲ୍ଡ ଲାଇଫ୍‌ ଡିଏଫଓଙ୍କୁ ମଧ୍ୟ ଚିଠି କରାଯାଇଛି। ଚଳିତ ମାସ ୧୪ରେ ହାତୀର ୨ ଦାନ୍ତକୁ ଟ୍ରେଜେରି ଅଫିସ ଷ୍ଟ୍ରଙ୍ଗରୁମ୍‌ରେ ଜମା କରିବାକୁ ଉକ୍ତ ଚିଠିରେ କୁହାଯାଇଛି । ମିଳିଥିବା ସୂଚନା ଅନୁସାରେ ଏହି ହାତୀ ଦାନ୍ତର ଭବିଷ୍ୟତ କ’ଣ ହେବ ସେସମ୍ପର୍କରେ ଭାରତ ସରକାର ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri