Posted inଖେଳ

ଓଡ଼ିଶାରେ ହେବ ଆଇଡବ୍ଲ୍ୟୁଏଲ୍‌: ଏଆଇଏଫ୍‌ଏଫ୍‌

ନୂଆଦିଲ୍ଲୀ, ୧।୩ (ପି.ଟି.)- ହିରୋ ଇଣ୍ଡିଆନ୍‌ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌) ୨୦୨୦-୨୧ ଓଡ଼ିଶାରେ ଆୟୋଜନ ହେବ। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ତରଫରୁ ରବିବାର ସ୍ପଷ୍ଟ କରାଯାଇଛି। ଟୁର୍ନାମେଣ୍ଟର ତାରିଖ ଖୁବ୍‌ ନିକଟରେ ଘୋଷଣା କରାଯିବ। ଓଡ଼ିଶା ସରକାର ଇଭେଣ୍ଟର ଆୟୋଜନ ପାଇଁ ରାଜି ହୋଇଥିବାରୁ ଏଆଇଏଫ୍‌ଏଫ୍‌ ସଭାପତି ପ୍ରଫୁଲ୍ଲ ପଟେଲ ଧନ୍ୟବାଦ ଜଣାଇଛନ୍ତି। ଓଡ଼ିଶା ସରକାର ଭାରତୀୟ ଫୁଟ୍‌ବଲର ବଡ଼ ସମର୍ଥକ। ହିରୋ ଇଣ୍ଡିଆନ ଓମେନ୍ସ ଲିଗ୍‌ ଆୟୋଜନ ପାଇଁ ସମସ୍ତ ପ୍ରକାର ସାହାଯ୍ୟ ଓ ସମର୍ଥନ ଯୋଗାଇ ଦେବାକୁ ପ୍ରସ୍ତୁତ ଥିବାରୁ ଆମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟ କ୍ରୀଡ଼ା ବିଭାଗକୁ ଧନ୍ୟବାଦ ଦେଉଛୁ ବୋଲି ସେ କହିଛନ୍ତି। ଦକ୍ଷତା ଓ ପ୍ରତିଭା ପ୍ରତିପାଦନ କରିବା କ୍ଷେତ୍ରରେ ବହୁ ଉଦୀୟମାନ ମହିଳା ଫୁଟ୍‌ବଲରଙ୍କ ଲାଗି ବର୍ଷ ବର୍ଷ ଧରି ଏହି ଟୁର୍ନାମେଣ୍ଟ ଏକ ପ୍ଲାଟଫର୍ମ ଭଳି କାର୍ଯ୍ୟ କରିଆସୁଛି। ଭାରତ ୨୦୨୨ରେ ଏଏଫ୍‌ସି ମହିଳା ଏସିଆ କପ୍‌ ଏବଂ ଏହା ପଛକୁ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଆୟୋଜନ କରିବାର କାର୍ଯ୍ୟକ୍ରମ ରହିଛି। ଜାତୀୟ ମହିଳା ଦଳ ପାଇଁ ନୂଆ ପ୍ରତିଭା ଚିହ୍ନଟ କ୍ଷେତ୍ରରେ ଆଇଡବ୍ଲ୍ୟୁଏଲ୍‌ କାର୍ଯ୍ୟ କରିବ ବୋଲି ପଟେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri