Posted inଖେଳ

ଅଷ୍ଟ୍ରେଲିଆ ଆଗରେ ୪୦୦ ରନ୍‌ର ବିଜୟ ଟାର୍ଗେଟ୍‌

ଇନ୍ଦୋର,୨୪।୯: ଇନ୍ଦୋରର ହୋଲକର ଷ୍ଟାଡିୟମରେ ରବିବାର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ଶୁଭମାନ ଗିଲ ଏବଂ ଶ୍ରେୟାସ ଆୟରଙ୍କ ଦମ୍‌ଦାର ଶତକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଭାରତ ୫ ଉଇକେଟ୍‌ ହରାଇ ୩୯୯ ରନ୍‌ କରିବାରେ ସକ୍ଷମ ହୋଇଛି। ଫଳରେ ଅଷ୍ଟ୍ରେଲିଆ ଆଗରେ ୪୦୦ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ଭାରତ।

ଅଷ୍ଟ୍ରେଲିଆ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ଆମନ୍ତ୍ରଣ ପାଇଁ ବ୍ୟାଟିଂ ଆରମ୍ଭ କରିଥିଲା। ହେଲେ ଭାରତକୁ ପ୍ରାରମ୍ଭିକ ଝଟକ୍‌ ଲାଗିଥିଲା। ଋତୁରାଜ ଗାଏକ୍ୱାଡ ମାତ୍ର ୮ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ବ୍ୟାଟର ଶୁଭମାନ ଗିଲ ଏବଂ ଶ୍ରେୟାସ ଆୟର ଧୈର୍ଯ୍ୟର ସହ ବ୍ୟାଟିଂ କରି ଦଳକୁ ଆଗକୁ ନେଇଥିଲେ। ଶୁଭମାନ ୯୭ ବଲ୍‌ ଖେଳି ୬ ଚୌକା ଏବଂ ୪ ଛକା ସହାୟତାରେ ୧୦୪ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ଶ୍ରେୟାସ ୯୨ ବଲ୍‌ ଖେଳି ୧୧ ଚୌକା ଏବଂ ୩ ଛକା ସହାୟତା ୧୦୫ ରନ୍‌ କରିଥିଲେ। ଅଧିନାୟକ କେ.ଏଲ ରାହୁଲ ୫୨ ରନ୍‌ କରିଥିବା ବେଳେ ଇଶାନ୍‌ କିଷନ୍‌ ୩୧ ରନ୍‌ କରିଥିଲେ। ଶେଷ ବେଳକୁ ସୂର୍ଯ୍ୟକୁମାର ଯାଦବ ଧୂଆଁଧାର ବ୍ୟାଟିଂ କରି ୩୭ ବଲ୍‌ ଖେଳି ୬ ଚୌକା ଏବଂ ୬ ଛକା ସହାୟତାରେ ୭୨ ରନ୍‌ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ନଟ୍‌ ଆଉଟ ରହିଥିଲେ। ରବିନ୍ଦ୍ର ଜାଡେଜା ୧୩ ରନ୍‌ କରି ସେ ମଧ୍ୟ ନଟ୍‌ ଆଉଟ୍‌ ରହିଥିଲେ। ଫଳରେ ଭାରତ ୩୯୯ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଅଷ୍ଟ୍ରେଲିଆର କ୍ୟାମେରନ ଗ୍ରୀନ ସର୍ବାଧିକ ୨ଟି ଉଇକେଟ୍‌ ନେଇଥିବା ବେଳେ ଜୋସ୍‌ ହେଜେଲ ହୁଡ୍‌ , ସେନ୍‌ ଆବଟ୍‌, ଆଦାମ୍‌ ଜାମ୍ପା ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?