Posted inଖେଳ

ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ: ଶୀର୍ଷରେ ଦିଲ୍ଲୀ କ୍ୟାପିଟାଲ୍ସ

ଶାରଜା,୪।୧୦(ପି.ଟି.): ଅଧିନାୟକ ଶ୍ରେୟାସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ଓ ଓପନର ପୃଥ୍ବୀ ଶ’ଙ୍କ ଦ୍ରୁତ ଅର୍ଦ୍ଧଶତକ ସହାୟତାରେ ଦିଲ୍ଲୀ କ୍ୟାପିଟାଲ୍ସ ୧୮ ରନରେ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୧୬ତମ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ ୪ ଉଇକେଟ ବିନିମୟରେ ୨୨୮ ରନ ସଂଗ୍ରହ କରିଥିଲା। ଜବାବରେ କୋଲକାତା ୨୦ ଓଭରରେ ୮ ଉଇକେଟ ହରାଇ ୨୧୦ ରନ କରି ପରାସ୍ତ ହୋଇଛି। ଏଥିସହ ଦିଲ୍ଲୀ ମୋଟ ୬ ପଏଣ୍ଟ ହାସଲ କରି ଉନ୍ନତ ରନ୍‌ ରେଟ୍‌ରେ ତାଲିକାର ଶୀର୍ଷକୁ ଉଠିଛି। ଚଳିତ ସେସନରେ ଦିଲ୍ଲୀ ନିଜର ସର୍ବାଧିକ ସ୍କୋର ହାସଲ କରିଛି ଓ ଏହା କୋଲକାତା ବିପକ୍ଷରେ ସର୍ବାଧିକ ସ୍କୋର ସାବ୍ୟସ୍ତ ହୋଇଛି। ଅପେକ୍ଷାକୃତ ଏହି ଛୋଟ ଗ୍ରାଉଣ୍ଡରେ ଛକା, ଚୌକାର ବୃଷ୍ଟି ହୋଇଥିଲା। ୨୨୯ ରନର କଷ୍ଟସାଧ୍ୟ ଟାର୍ଗେଟର ପିଛା କରି କୋଲକାତା ଅବଶ୍ୟ ସଂଘର୍ଷ କରିଥିଲା। ଦଳ ତରଫରୁ ନୀତୀଶ ରାଣା ୫୮, ଶୁବମନ ଗିଲ୍‌ ୨୮, ଆନ୍ଦ୍ରେ ରସେଲ ୧୩, ଅଧିନାୟକ ଦୀନେଶ କାର୍ତ୍ତିକ ୬, ପ୍ୟାଟ୍‌ କୁମିନ୍ସ ୫, ସୁନୀଲ ନାରିନ ୩, ଇଅନ ମୋର୍ଗାନ ଦ୍ରୁତ ୪୪, ରାହୁଲ ତ୍ରିପାଠୀ ୩୬ ରନକରି ଆଉଟ ହୋଇଥିଲେ। ବୋଲିଂରେ ଦିଲ୍ଲୀ ତରଫରୁ ଅନରିଚ୍‌ ନୋର୍ଜ ୩, ହର୍ଷଲ ପଟେଲ ୨, କାଗିସୋ ରାବାଡା, ମାର୍କସ ଷ୍ଟୋଇନିସ୍‌ ଓ ଅମିତ ମିଶ୍ରା ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦିଲ୍ଲୀ ତରଫରୁ ଦୁଇ ଓପନର ଶିଖର ଧାଓ୍ବନ ଓ ପୃଥ୍ବୀ ଶ ଦ୍ରୁତ ଗତିରେ ରନ ସଂଗ୍ରହ କରି ଭଲ ଆରମ୍ଭ କରିଥିଲେ। ଅଭିଜ୍ଞ ଧାଓ୍ବନ ୧୬ ବଲରୁ ୨ ଚୌକା ଓ ୨ ଛକା ସହ ୨୬ ରନକରି ବରୁନ ଚକ୍ରବର୍ତ୍ତୀଙ୍କ ବଲ୍‌ରେ ସ୍କୋୟାର ଲେଗ୍‌ରେ ଇଅନ ମୋର୍ଗାନଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଏହାପରେ ଯୁବ ଓପନର ପୃଥ୍ବୀ ୪ ଚୌକା ଓ ୪ ଛକା ସହ ୪୧ ବଲରୁ ୬୬ ରନର ଅର୍ଦ୍ଧଶତକୀୟ ପାଳି ଖେଳି କମଳେଶ ନାଗରକୋଟିଙ୍କ ବଲ୍‌ରେ ଲଙ୍ଗ୍‌ଅନ୍‌ରେ ଶୁବମନ ଗିଲଙ୍କୁ କ୍ୟାଚ୍‌ ଦେଇଥିଲେ। ଉଇକେଟକିପର ରିଷଭ ପନ୍ତ ମଧ୍ୟ ଦ୍ରୁତ ଗତିରେ ରନ୍‌ ସଂଗ୍ରହ କରିବାକୁ ପ୍ରୟାସ କରି ୧୭ ବଲରୁ ୫ ଚୌକା ଓ ୧ ଛକା ସହ ୩୮ ରନ କରିଥିବା ବେଳେ ଆନ୍ଦ୍ରେ ରସେଲଙ୍କ ବଲ୍‌ରେ ଲଙ୍ଗ୍‌ଅନ୍‌ରେ ଶିବମ୍‌ ମାଭିଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ମାର୍କସ ଷ୍ଟୋଇନିସ୍‌ ୧ ରନକରି ରସେଲଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ଶିମରନ ହେଟମେୟର ୭ ରନ କରି ଅପରାଜିତ ରହିଥିଲେ। ପୁରା ଇନିଂସରେ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ମୁଖ୍ୟ ଘଟଣା ଥିଲା। ଆୟାର ମାତ୍ର ୩୮ଟି ବଲର ସମ୍ମୁଖୀନ ହୋଇ ୭ ଚୌକା ଓ ୬ ଛକା ସହ ଦ୍ରୁତ ୮୮ ରନକରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ସେ ପଡିଆର ଚତୁର୍ଦ୍ଦିଗକୁ ଶଟ୍‌ମାନ ଖେଳିଥିଲେ। ଅନ୍ତିମ ଓଭରରେ ନନ୍‌ ଷ୍ଟ୍ରାଇକର ଏଣ୍ଡ୍‌ରେ ରହିବାରୁ ସେ ଶତକ ହାସଲରୁ ବଞ୍ଚିତ ହୋଇଥିଲେ। ବୋଲିଂରେ କୋଲକାତା ତରଫରୁ ରସେଲ ୨, ବରୁଣ ଚକ୍ରବର୍ତ୍ତୀ ଓ ନାଗରକୋଟି ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୨୨୮/୪
(ଆୟାର- ୮୮*, ପୃଥ୍ବୀ- ୬୬, ପନ୍ତ- ୩୮, ଧାଓ୍ବନ- ୨୬, ରସେଲ- ୨/୨୯, ନାଗରକୋଟି- ୧/୩୫, ବରୁଣ ଚକ୍ରବର୍ତ୍ତୀ-୧/୪୯)।
କୋଲକାତା ନାଇଟ୍‌ ରାଇଡର୍ସ ୨୦ ଓଭରରେ ୨୧୦/୮
(ରାଣା- ୫୮, ମୋର୍ଗାନ- ୪୪, ତ୍ରିପାଠି- ୩୬, ଶୁବମନ- ୨୮, ହର୍ଷଲ- ୨/୩୪, ରାବାଡା- ୧/୫୧, ନୋର୍ଜ- ୩/୩୩, )


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri