ଜି-୨୦ ପର୍ଯ୍ୟଟନ ବୈଠକରେ ଯୋଗଦେବେ ଜେ.କେ. ମହାନ୍ତି

ଭୁବନେଶ୍ୱର,୮ା୪: ଚଳିତ ବର୍ଷ ସମ୍ମାନଜନକ ଜି-୨୦ ସମ୍ମିଳନୀ ଭାରତରେ ହେବାକୁ ଯାଉଛି। ଏପରିକି ଉକ୍ତ ସମ୍ମିଳନୀରେ ଭାରତ ଅଧ୍ୟକ୍ଷତା କରୁଥିବା ବେଳେ କେନ୍ଦ୍ର ସରକାର ଅନେକ ପ୍ରକାର କାର୍ଯ୍ୟକ୍ରମ ମଧ୍ୟ କରୁଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି(ଫିକି)ର ମିଳିତ ସହଯୋଗରେ ଏକ ୩ ଦିନିଆ ଜି-୨୦ ପର୍ଯ୍ୟଟନ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ସେହିଭଳି ଚଳିତ ବର୍ଷ ଏପ୍ରିଲ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନର ଜୟପୁରଠାରେ ଜି-୨୦ ପର୍ଯ୍ୟଟନ ସମ୍ମିଳନୀ ସହିତ ଗ୍ରେଟ୍‌ ଇଣ୍ଡିଆନ ଟ୍ରାଭେଲ ବଜାର(ଜିଆଇଟିବି) ମଧ୍ୟ ଆୟୋଜିତ ହେବ। ଏପରିକି ଉକ୍ତ ସମ୍ମିଳନୀରେ ଜି-୨୦ ସମେତ ୫୫ ଦେଶରୁ ୨୮୦ରୁ ଊର୍ଦ୍ଧ୍ୱ ବିଦେଶୀ ଟୁର୍‌ ଅପରେଟର ଯୋଗଦେଇ ଭାରତୀୟ ପ୍ରଦର୍ଶନକାରୀମାନଙ୍କ ସହ ମତ ବିନିମୟ କରିବେ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ସେହିପରି ଉକ୍ତ ସମ୍ମିଳନୀରେ ଏକାଧିକ କାର୍ଯ୍ୟକ୍ରମ ରହିଛି। ବିଶେଷ କରି ପର୍ଯ୍ୟଟନର ବିକାଶ ଦିଗରେ ବିଭିନ୍ନ ପଦକ୍ଷେପ ସହ ପ୍ରସଙ୍ଗରେ ମଧ୍ୟ ଆଲୋଚନା ହେବ। ଅପରପକ୍ଷରେ ଉକ୍ତ ସମ୍ମିଳନୀର ଉଦ୍‌ଘାଟନୀ ଉତ୍ସବରେ ଆୟୋଜିତ ପ୍ୟାନେଲ ଆଲୋଚନାଚକ୍ର ଜୟପୁରର ରାମବାଗ ପ୍ୟାଲେସ୍‌ରେ ହେବ। ଉକ୍ତ ଆଲୋଚନା ଚକ୍ରରେ ଫିକି ପର୍ଯ୍ୟଟନ କମିଟିର ସହ ଅଧ୍ୟକ୍ଷ ତଥା ସ୍ବସ୍ତି ଗ୍ରୁପ୍‌ର ସିଏମ୍‌ଡି ଜେ.କେ. ମହାନ୍ତି ବକ୍ତାଭାବେ ଯୋଗଦେବା ପାଇଁ ଆୟୋଜକଙ୍କ ପକ୍ଷରୁ ନିମନ୍ତ୍ରଣ କରାଯାଇଛି। ଏପରିକି ଉକ୍ତ ସମ୍ମିଳନୀ ବୈଠକରେ ପର୍ଯ୍ୟଟନ ଓ ଆତିଥେୟତା ଶିଳ୍ପ ସହ ଜଡ଼ିତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସମେତ ଅଭିଜ୍ଞ ବିଶେଷଜ୍ଞମାନେ ମଧ୍ୟ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଉଲ୍ଲେଖଯୋଗ୍ୟ, ଦେଶର ପର୍ଯ୍ୟଟନ ଶିଳ୍ପର ବିକାଶ ଦିଗରେ ଉକ୍ତ ସମ୍ମିଳନୀ ବେଶ୍‌ ଗୁରୁତ୍ୱ ବହନ କରୁଛି ବୋଲି ଜେ.କେ. ମହାନ୍ତି ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri