ଆଜି ଆସୁଛନ୍ତି ଜେ.ପି. ନଡ୍ଡା, ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ଓ କଂଗ୍ରେସର ଦୁଇ ହେଭିଓ୍ବେଟ ନେତା ନିର୍ବାଚନ ପ୍ରଚାର କରିବେ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ନିର୍ବାଚନ ପ୍ରଚାର ପାଇଁ ଆସୁଥିବା ବେଳେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ମଧ୍ୟ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ପୂର୍ବାହ୍ନ ୧୧ଟା ୩୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଟକର ସତ୍ୟଭାମାପୁର ଯିବେ। ସେଠାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ସତ୍ୟଭାମାପୁରରୁ ହେଲିକପ୍ଟର ଯୋଗେ ସାଲେପୁର ଯିବେ। ମଧ୍ୟାହ୍ନ ୧୨ଟା ୨୫ରୁ ୧ଟା ୪୫ ଯାଏ ସାଲେପୁରରେ ସାଧାରଣ ସଭାରେ ଯୋଗଦେବେ। ଏହାପରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ରବିବାର ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅପରାହ୍ନ ୪ଟା ୩୦ରେ ପହଞ୍ଚିବେ। ବିମାନବନ୍ଦରରୁ ସିଧାସଳଖ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ ଯିବେ। ସାଢ଼େ ୫ଟାରେ ଆମ୍ବପୁଆଠାରେ ସାଧାରଣ ସଭାରେ ସେ ଯୋଗଦେବେ। ସନ୍ଧ୍ୟା ୬ଟା ୪୫ ମିନିଟରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବେ। ଏହି ବୈଠକରେ ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର ଓ କୋରାପୁଟର କାର୍ଯ୍ୟକର୍ତ୍ତାମାନେ ଯୋଗଦେବେ। ନଡ୍ଡା ବ୍ରହ୍ମପୁରରେ ରାତ୍ରିଯାପନ କରି ସୋମବାର ସକାଳେ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ରହିଛି।

ଗୋଟିଏ ଦିନରେ ନଡ୍ଡା ଓ ରାହୁଲ ପ୍ରଚାର ମଇଦାନକୁ ଓହ୍ଲାଇଥିବାରୁ ରାଜ୍ୟ ରାଜନୀତି ସରଗରମ ହେବାରେ ଲାଗିଛି। ଦୁଇ ହେଭିୱେଟ ନେତା ଓଡ଼ିଶା ଆସୁଥିବାରୁ କଂଗ୍ରେସ ଓ ଭାଜପା ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri