୨୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୬।୯(ବ୍ୟୁରେ): ଆସନ୍ତା ୨୯ ତାରିଖରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଏନେଇ ଭାଜପା ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ନଡ୍ଡା ୨୯ ତାରିଖରେ ଓଡ଼ିଶାରେ ପହଞ୍ଚିବେ। ୨୯ ଓ ୩୦ ତାରିଖ ଦୁଇ ଦିନ ଓଡ଼ିଶାରେ ରହିବେ।
ଅନ୍ୟପଟେ, ଭାଜପା ପ୍ରଭାରୀ ସୁନୀଲ ବଂଶଲ ଓଡ଼ିଶା ଗସ୍ତରେ ଅଛନ୍ତି। ଏହି ଗସ୍ତରେ ଭାଜପା ପ୍ରଭାରୀ ବଂଶଲ ୨୦୨୪ ସାଧାରଣ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ମଙ୍ଗଳବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ କୋର କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହାପରେ ବଂଶଲ ଏମ୍‌ପି, ବିଧାୟକ,ଜିଲା ସଭାପତିମାନଙ୍କ ସହ ଆଲୋଚନା କରିବେ।