Posted inଖେଳ

କେଉଁଠୁ ଆରମ୍ଭ ହୋଇଥିଲା ନୀରଜ-ହିମାନୀଙ୍କ ଲଭଷ୍ଟୋରୀ, କେବେ ଦୁହେଁ ଦୁହିଁଙ୍କୁ ଭେଟିଥିଲେ ସବୁ କହିଦେଲେ…

ନୂଆଦିଲ୍ଲୀ,୨୨।୧: ଦୁଇଥର ଅଲିମ୍ପିକ ପଦକ ବିଜେତା ଜାଭେଲିନ ଷ୍ଟାର ନୀରଜ ଚୋପ୍ରା ରବିବାର ଏକ ସୋସିଆଲ ମିଡିଆ ପୋଷ୍ଟ କରି ପ୍ରଶଂସକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ନୀରଜ ରବିବାର ରାତିରେ ସୋସିଆଲ ମିଡିଆରେ ତାଙ୍କ ବିବାହର ତିନୋଟି ଫଟୋ ଶେୟାର କରିଛନ୍ତି।
ଏହି ଫଟୋଗୁଡ଼ିକ ସାମ୍ନାକୁ ଆସିବା ମାତ୍ରେ ପ୍ରଶଂସକଙ୍କ ମନରେ ପ୍ରଶ୍ନ ଉଠିବା ଆରମ୍ଭ ହୋଇଗଲା ଯେ ନୀରଜ ଚୋପ୍ରାଙ୍କ ପତ୍ନୀ ହିମାନୀ ମୋର କିଏ? ଦୁହେଁ ପ୍ରେମ ବିବାହ କରିଛନ୍ତି ନା ଘର ଲୋକ ବିବାହ ସ୍ଥିର ବିବାହ କରିଥିଲେ। କେବଳ ଏତିକି ନୁହେଁ, ବିବାହରେ ନୀରଜଙ୍କୁ କେତେ ଯୌତୁକ ମିଳିଥିଲା। ଏମିତି ଅନେକ ପ୍ରଶ୍ନ ପ୍ରଶଂସକଙ୍କ ମଧ୍ୟରେ ଉଙ୍କି ମାରୁଛି।

ଏକ ନ୍ୟୁଜ୍‌ ଚ୍ୟାନେଲ ସହିତ କଥାବାର୍ତ୍ତା କରି ନୀରଜ ଚୋପ୍ରାଙ୍କ ଦାଦା ସୁରେନ୍ଦ୍ର ଚୋପ୍ରା ସମସ୍ତ ପ୍ରଶ୍ନର ଉତ୍ତର ଦେଇଛନ୍ତି। ସେ କହିଛନ୍ତି ଯେ ନୀରଜ ଏବଂ ହିମାନୀ ଆମେରିକାରେ ଭେଟିଥିଲେ। ଦୁହେଁ ଗୋଟିଏ କ୍ଷେତ୍ରର ପିଲା। ଦୁହେଁ ଖେଳାଳି। ସେମାନେ ପରସ୍ପରକୁ ଜାଣିଥିଲେ। ପରବର୍ତ୍ତୀ ଅବସ୍ଥାରେ ସେମାନଙ୍କ ପ୍ରେମ ସମ୍ପର୍କକୁ ପରିବାର ଲୋକଙ୍କ ସ୍ବୀକୃତି ମିଳିଥିଲା ଓ ବାହାଘର ପ୍ଲାନ ୨ ମାସ ତଳୁ ଆରମ୍ଭ ହୋଇଥିଲା। ଉଭୟଙ୍କ ପ୍ରେମ ସମ୍ପର୍କରେ ୨ ବର୍ଷ ତଳୁ ଆରମ୍ଭ ହୋଇଥିଲା। କିଛି ବନ୍ଧୁ ଜରିଆରେ ସେମାନେ ପରସ୍ପରର ନିକଟତର ହୋଇଥିଲେ। ସେହିପରି ହିମାନୀ ଓ ନୀରଜଙ୍କ ପରିବାର ମଧ୍ୟ ପୂର୍ବରୁ ପରସ୍ପରକୁ ଜାଣିଥିଲେ। ଶେଷରେ ଏହି ପ୍ରେମ ସମ୍ପର୍କ ବାହାଘରର ରୂପ ନେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri