Posted inଫୁରସତ

ରାମମନ୍ଦିର ନିର୍ମାଣ ପାଇଁ ୨୮ ବର୍ଷ ତଳେ ସଂକଳ୍ପ କରିଥିଲେ ଏହି ମହିଳା: ଆଜି ଯାଏ ଗ୍ରହଣ କରିନାହାନ୍ତି ଅନ୍ନ

ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ନିର୍ମାଣ ଲାଗି ଆସନ୍ତା ୫ ତାରିଖରେ ଭୂମିପୂଜନ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ନେଇ ଜୋରସୋରରେ ଚାଲିଛି ପ୍ରସ୍ତୁତି। ତେବେ ରାମମନ୍ଦିର ନିର୍ମାଣ ଲାଗି ପ୍ରତ୍ୟକ୍ଷରେ ହେଉ ଅବା ପରୋକ୍ଷରେ ଅନେକ ଲୋକ ବର୍ଷ ବର୍ଷ ଧରି ସଂଘର୍ଷ କରିଛନ୍ତି। ସେଭଳି ଜଣେ ହେଉଛନ୍ତି ମଧ୍ୟପ୍ରଦେଶର ଜବଲପୁରରେ ରହୁଥିବା ୮୧ ବର୍ଷୀୟା ବୃଦ୍ଧା ଉର୍ମିଳା ଚତୁର୍ବେଦୀ। ୨୮ ବର୍ଷ ତଳେ ବିବାଦୀୟ ଢ଼ାଞ୍ଚା ଭାଙ୍ଗିବା ପରେ ସେ ଏକ ସଂକଳ୍ପ ନେଇଥିଲେ। ରାମମନ୍ଦିର ନିର୍ମାଣ ଆରମ୍ଭ ନ ହେବା ଯାଏ ଅନ୍ନ ଗ୍ରହଣ କରିବେ ନାହିଁ ବୋଲି ଉର୍ମିଳା ସଂକଳ୍ପ କରିଥିଲେ। ଏବେ ଏହା ସାକାର ହେବାକୁ ଯାଉଥିବାରୁ ତାଙ୍କ ସଂକଳ୍ପ ପୂରଣ ହୋଇଛି ବୋଲି ସେ କହିଛନ୍ତି।

୧୯୯୨ରେ ବିବାଦୀୟ ଢାଞ୍ଚା ଭଙ୍ଗା ଯାଇଥିଲା। ସେତେବେଳେ ୫୩ ବର୍ଷ ହୋଇଥିଲା ଉର୍ମିଳାଙ୍କୁ। ଏହାକୁ ୨୮ ବର୍ଷ ବିତିସାରିଛି। ଏବେ ସେ ଭୂମିପୂଜନ ଉତ୍ସବରେ ଯୋଗଦେବାକୁ ଇଚ୍ଛା ରଖିବା ସହ ସାରାଜୀବନ ସେଠାରେ ବିତାଇବାକୁ ଇଚ୍ଛା ପ୍ରକାଶ କରିଛନ୍ତି।

କେବଳ ରାମ ନାମ ଜପ କରି ସେ ଏତେ ବର୍ଷ ହେଲାଣି ଅନ୍ନ ଗ୍ରହଣ କରିନାହାନ୍ତି। ହେଲେ ଏସବୁ କଷ୍ଟର ମୂଲ୍ୟ ତାଙ୍କୁ ମିଳିଛି। ସେ ନିଜେ ଅଯୋଧ୍ୟା ଯାଇ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଆଖିରେ ଦେଖିବାକୁ ଚାହାନ୍ତି। ହେଲେ କେବଳ ଆମନ୍ତ୍ରିତ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଥିବାରୁ ତାହା ହେବା ପରି ଲାଗୁନାହିଁ। ହେଲେ ଏଥିରେ ମନଦୁଃଖ କରିନାହାନ୍ତି ସେ। ସଂକଳ୍ପ ପୂରଣ ହୋଇଛି। ବାକି ଅଯୋଧ୍ୟାରେ କିଛି ଜାଗା ମିଳିଲେ ସେ ସାରା ଜୀବନ ସେଠାରେ ବିତାଇବାକୁ ଚାହୁଁଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?