ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କନ୍ଧମାଳ ଜିଲାରେ ଶୁକ୍ରବାର କୋମ୍ବିଂ ଅପରେଶନ ସମୟରେ ଏସ୍ଓଜି ଓ ଡିଭିଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟରେ ମାଓବାଦୀମାନେ ପଛଘୁଞ୍ଚା ଦେଇଛନ୍ତି। ତେବେ ଯବାନଙ୍କ ଗୁଳିମାଡ଼ରେ ଜଣେ ମହିଳା କ୍ୟାଡର ମାଓବାଦଙ୍କ ମୃତ୍ୟୁ ଘଟିଛି। ଘଟଣା ସ୍ଥଳରୁ ୨ଟି ବନ୍ଧୁକ ଓ ୪ରାଉଣ୍ଡ ଗୁଳି ଜବତ କରାଯାଇଛି ବୋଲି କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଡିଜିପି ଅଭୟ ସୂଚନା ଦେଇଛନ୍ତି। ମାଓବାଦୀମାନେ ହିଂସା ଛାଡି ମୁଖ୍ୟ ସ୍ରୋତରେ ସାମିଲ ହୁଅନ୍ତୁ। ଆତ୍ମସମର୍ପଣ କରି ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଯୋଜନାରୁ ସୁବିଧା ନିଅନ୍ତୁ ବୋଲି ଅଭୟ ଭିଡିଓ ମାଧ୍ୟମରେ ଆହ୍ବାନ ଦେଇଛନ୍ତି।
ଡିଜିପିଙ୍କ ସୂଚନା ଅନୁଯାୟୀ, ଗୋଚ୍ଛାପଡା ଥାନା ଅଞ୍ଚଳର ଏକ ଗ୍ରାମ ନିକଟରେ କୋମ୍ବିଂ ଅପରେଶନ ଚାଲିଥିବାବେଳେ ମାଓବାଦୀମାନେ ଯବାନଙ୍କ ଉପରକୁ ପ୍ରଥମେ ଗୁଳି ବର୍ଷା କରିଥିଲେ। ପରେ ଯବାନମାନେ ପୋଜିଶନ ନେଇ ପାଲଟା ଆକ୍ରମଣ କରିଥିଲେ। ତେବେ ଉଭୟ ପକ୍ଷରୁ ଦୀର୍ଘ ସମୟ ଧରି ଗୁଳି ବିନିମୟ ଚାଲିଥିଲା। ଶେଷରେ ଯବାନଙ୍କୁ ମୁକାବିଲା କରି ନ ପାରି ମାଓବାଦୀମାନେ ଛାଡିପଳାଇବା ପରେ ଉକ୍ତ ସ୍ଥାନକୁ ସର୍ଚ୍ଚ କରାଯାଇଥିଲା। ସେଠାରୁ ମାଓ କ୍ୟାଡେଟ୍ ପୋଷାକରେ ଜଣେ ମହିଳାଙ୍କ ମୃତଦେହ ମିଳିଥିଲା। ତେବେ ଯବାନଙ୍କ ପକ୍ଷରୁ ଉକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଥିବା ଡିଜିପି କହିଛନ୍ତି।
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
Archives

