Posted inଖେଳ

ଜାବିରଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

କୋଚି, ୨।୭(ପି.ଟି.)-ଭାରତୀୟ ନେଭିର ତାରକା ଆଥ୍‌ଲେଟ ଏମ୍‌.ପି. ଜାବିର ଟୋକିଓ ଅଲିମ୍ପିକ୍ସର ୪୦୦ ମିଟର ହର୍ଡଲ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ପଟିଆଲା ନିକଟରେ ଅନୁଷ୍ଠିତ ଆନ୍ତଃରାଜ୍ୟ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ସେ ୪୯.୭୮ ସେକେଣ୍ଡ ସମୟ ନେବା ସହ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏହା ଅଲିମ୍ପିକ୍ସ ଯୋଗ୍ୟତା ଟାଇମିଂ ହୋଇ ନ ଥିଲେ ହେଁ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ କୋଟାରେ ଜାବିରଙ୍କୁ ଟୋକିଓ ଟିକେଟ ମିଳିଛି। ଟାଇମିଂ ଅନୁସାରେ ଆଥ୍‌ଲେଟମାନେ ଯୋଗ୍ୟତା ଅର୍ଜନ କରିବା ପରେ ଆହୁରି ୧୪ଟି ସ୍ଥାନ ଖାଲି ପଡ଼ିଥିଲା। ୨୫ ବର୍ଷୀୟ ନାଭାଲ ସେଲର କେରଳର ମାଲାପୁରମ ବାସିନ୍ଦା। ଓ୍ବାଲର୍‌ଡ ଆଥ୍‌ଲେଟିକ୍ସ ରୋଡ୍‌ ରୁ ଅଲିମ୍ପିକ୍ସ ର଼୍ୟାଙ୍କିଙ୍ଗ୍‌ରେ ସେ ୩୪ତମ ସ୍ଥାନରେ ରହିଛନ୍ତି। ମୋଟ ୪୦ ଆଥ୍‌ଲେଟ ଅଲିମ୍ପିକ୍ସର ୪୦୦ ମିଟର ହର୍ଡଲ୍ସରେ ଭାଗନେବେ। ଭାରତର ପ୍ରଥମ ପୁରୁଷ ଆଥ୍‌ଲେଟ ଭାବେ ଜାବିର ଅଲିମ୍ପିକ୍ସର ୪୦୦ ମିଟର ହର୍ଡଲ୍ସରେ ଅଂଶଗ୍ରହଣ କରିବେ। କେରଳର କିମ୍ବଦନ୍ତୀ ଆଥ୍‌ଲେଟ ପି.ଟି. ଉଷା ଲସ ଏଞ୍ଜେଲ୍ସ ଅଲିମ୍ପିକ୍ସରେ ୪୦୦ ମିଟର ହର୍ଡଲ୍ସରେ ଭାଗ ନେଇଥିଲେ। ତେଣୁ କେରଳର ଦ୍ୱିତୀୟ ଆଥ୍‌ଲେଟ ଭାବେ ଏହି ଇଭେଣ୍ଟରେ ଜାବିର ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଜାବିର ଭାରତୀୟ ନେଭି ପକ୍ଷରୁ ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ପ୍ରତିନିଧିତ୍ୱ କରି ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri