Posted inଜାତୀୟ

ଶୃଗାଳଙ୍କର ମଧ୍ୟ କିଛି ଭଲ ଗୁଣ ଅଛି , କଂଗ୍ରେସ ନେତା ଏଏପିକୁ କଲେ ଆକ୍ଷେପ: ବିରୋଧୀ ଏକତାରେ ଫାଟ…

ନୂଆଦିଲ୍ଲୀ,୫।୮ : ଆଗାମୀ ୨୦୨୪ ଲୋକସଭା ନିର୍ବାଚନରେ ଭାଜପାକୁ ପରାସ୍ତ କରିବାକୁ ବିରୋଧୀ ଦଳ ଏକଜୁଟ ହେବାକୁ ଚେଷ୍ଟା କରୁଥିବାବେଳେ ଆମ ଆଦମୀ ପାର୍ଟି (ଏଏପି) ସହିତ ମିଳିତ ମଞ୍ଚକୁ ନେଇ କଂଗ୍ରେସରେ ଅସନ୍ତୋଷ ରହିଛି। ବର୍ତ୍ତମାନ ଦିଲ୍ଲୀ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷୀତଙ୍କ ପୁଅ ସନ୍ଦୀପ ଦୀକ୍ଷିତ କହିଛନ୍ତି ଶୃଗାଳଙ୍କ ଅପେକ୍ଷା ଏଏପି ଖରାପ। ତେଣୁ ଇଣ୍ଡିଆ (ଭାରତୀୟ ଜାତୀୟ ବିକାଶମୂଳକ ଅନ୍ତର୍ଭୂକ୍ତ ଆଲାଇନ୍ସ) ରେ ଏଏପିର ଯୋଗଦେବାକୁ ନେଇ ସେ ପ୍ରଶ୍ନ କରିଛନ୍ତି। କଂଗ୍ରେସ ନେତା ଦୀକ୍ଷିତ କହିଛନ୍ତି ଜମ୍ମୁ-କଶ୍ମୀରର ୟୁନିଅନ ଟେରିଟୋରୀ ସ୍ଥିତି ସହିତ ଅନ୍ୟ କେତେକ ପ୍ରସଙ୍ଗକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଦଳର ଦୃଷ୍ଟିକୋଣ ବିଷୟରେ କଂଗ୍ରେସ ପଚାରିବା ଉଚିତ ଥିଲା।

ପଞ୍ଜାବ କଂଗ୍ରେସ ୟୁନିଟ ଏଏପି ସହିତ କୌଣସି ମେଣ୍ଟ ବିରୋଧେସେ୍‌ ସ୍ବର ଉତ୍ତୋଳନ କରିବାର ଦିନକ ପରେ ଦୀକ୍ଷୀତଙ୍କ ମନ୍ତବ୍ୟ ଆସିଛି ଏବଂ ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଏହା ବିଷୟରେ ଅବଗତ କରାଯିବ ବୋଲି ମତପୋଷଣ କରିଛନ୍ତି।
ଯେତେବେଳେ ଇଣ୍ଡିଆ ମିଳିତ ମେଣ୍ଟରେ କଂଗ୍ରେସ ସହଯୋଗୀ ଦଳଙ୍କ ବିଷୟରେ ପଚରାଗଲା, ଦୀକ୍ଷିତ କହିଛନ୍ତି ଯେଉଁ ଜଙ୍ଗଲରେ ସିଂହ ଏବଂ ହାତୀ ବାସ କରନ୍ତି, ସେଠାରେ ଶୃଗାଳ ମଧ୍ୟ ରହିଥାନ୍ତି। ମୁଁ ଶୃଗାଳଙ୍କୁ ଏଏପି ସହିତ ତୁଳନା କରିବି ନାହିଁ। କାରଣ ଶୃଗାଳଙ୍କଠାରେ କିଛି ଭଲ ଗୁଣ ଥାଏ। ମାତ୍ର ଏଏପି ପାଖରେ ତାହା ମଧ୍ୟ ନାହିଁ । ଏପରି ଦଳଠାରୁ ଦୂରେଇ ରହିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri