ଜ୍ୟାକଲିନଙ୍କୁ ଆଶ୍ୱସ୍ତି, ୧୨ ଡିସେମ୍ବରରେ ପରବର୍ତ୍ତି ଶୁଣାଣି

ନୂଆଦିଲ୍ଲୀ,୨୪ ।୧୧: ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜଙ୍କୁ ବଡ ଆଶ୍ୱସ୍ତି ମିଳିଛି । ଠକ ସୁକେଶ ଚନ୍ଦ୍ରଶେଖରଙ୍କ ମନି ଲଣ୍ଡରିଂ ମାମଲାରେ ଗୁରୁବାର ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଶୁଣାଣି ହେବାର ଥିଲା । ହେଲେ କୋର୍ଟ ଜ୍ୟାକଲିନଙ୍କ ଉପରେ ଆସିଥିବା ଅଭିଯୋଗକୁ ନେଇ କୌଣସି ଶୁଣାଣି ନ କରି ଏହାକୁ ୧୨ ଡିସେମ୍ବର ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି । ଏହାର ଅର୍ଥ ଏବେ ଜ୍ୟାକଲିନ ଫର୍ନାଡିଜଙ୍କୁ ମିଳିଥିବା ଜାମିନ ଉପରେ ୧୮ ଦିନ ପରେ ଶୁଣାଣି ହେବ । ସୂଚନାଯୋଗ୍ୟ, ଠକ ସୁକେଶ ଚନ୍ଦଶେଖରଙ୍କ ସହ ୨୦୦ କୋଟି ମନି ଲଣ୍ଡରିଂ ମାମଲାରେ ଜ୍ୟାକଲିନଙ୍କ ନାମ ଯୋଡି ହେବା ପାରଠାରୁ ତାଙ୍କ ସମସ୍ୟା ବଢିବାରେ ଲାଗିଛି ।
ଯେବେଠାରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତା’ର ଚାର୍ଜସିଟରେ ଅଭିନେତ୍ରୀଙ୍କୁ ଅଭିଯୁକ୍ତ ବୋଲି ଦର୍ଶାଇଛି ସେବେଠାରୁ ତାଙ୍କୁ ଗିରଫ କରିବାକୁ ଦାବି ହୋଇ ଆସୁଛି । ତେବେ ଜ୍ୟାକଲିନଙ୍କୁ ଜାମିନ ମିଳିବା ସମୟରେ ଇଡି କହିଥିଲା କି ଅଭିନେତ୍ରୀଙ୍କ ପାଖରେ ପ୍ରଚୁର ପରିମାଣର ଅର୍ଥ ରହିଛି ତେଣୁ ସେ ସହଜରେ ଦେଶ ବାହାରକୁ ଚାଲି ଯାଇ ପାରନ୍ତି । ହେଲେ କୋର୍ଟ କହିଥିଲେ ଯେତେବେଳେ ଏଲଓସି ଜାରି ହୋଇ ସାରିଛି ଓ ବାକି ଅଭିଯୁକ୍ତ ଜେଲରେ ଅଛନ୍ତି ସେତେବେେ ଗ୍ୟାକଲିନଙ୍କୁ କାହିଁକି ଗିରଫ କରାଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri