ଓଟିଟି ଡେବ୍ୟୁ କରିବେ ଜ୍ୟାକ୍‌ଲିନ

ମୁମ୍ବାଇ: ଅନେକ କଳାକାର ବର୍ତ୍ତମାନ ସମୟରେ ଡିଜିଟାଲ ପ୍ଲାଟଫର୍ମ ଆଡ଼େ ମୁହଁାଉଛନ୍ତି। ଏହି ରେସ୍‌ରେ ଅଭିନେତ୍ରୀ ଜ୍ୟାକ୍‌ଲିନ ଫର୍ନାଣ୍ଡିଜ୍‌ ମଧ୍ୟ ବାଦ୍‌ ପଡ଼ି ନାହାନ୍ତି। ସେ ଖୁବ୍‌ଶୀଘ୍ର ଓଟିଟିରେ ନିଜର ଯାଦୁ ଦେଖାଇବାକୁ ଯାଉଛନ୍ତି। ମିଡିଆ ରିପୋର୍ଟ ମୁତାବକ, ନିର୍ଦ୍ଦେଶକ ଅଭିଷେକ ଶର୍ମାଙ୍କ ୱେବ ସିରିଜ୍‌ ଜରିଆରେ ଡିଜିଟାଲ ଡେବ୍ୟୁ କରିବେ। ଏଥିସହ ଲୋକପ୍ରିୟ ଅଭିନେତା ନୀଲ ନିତୀନ ମୁକେଶଙ୍କୁ ସିରିଜ୍‌ରେ ମୁଖ୍ୟ ଚରିତ୍ରରେ ଦେଖିବାକୁ ମିଳିବ। ଏହି ସିରିଜ୍‌ର ନାମ ‘ଗ୍ରେଟେଷ୍ଟ ଅଫ୍‌ ଅଲ୍‌ ଟାଇମ୍‌’ ବୋଲି ଜଣାପଡ଼ିଛି। ଜ୍ୟାକ୍‌ଲିନଙ୍କ ଏହି ସିରିଜ୍‌ ଜିଓ ସିନେମାରେ ମୁକ୍ତିଲାଭ କରିବ। ତେବେ ନିର୍ଦ୍ଦେଶକ ଅଭିଷେକ ଆରମ୍ଭରୁ ଜ୍ୟାକ୍‌ଲିନ୍‌ଙ୍କୁ ତାଙ୍କ ୱେବ ସିରିଜ୍‌ରେ କାଷ୍ଟ କରିବାକୁ ଚାହୁଁଥିଲେ। ଅଭିନେତ୍ରୀ ଏବେ ତାଙ୍କ ପ୍ରୋଜେକ୍ଟ ପାଇଁ ରାଜି ହୋଇଛନ୍ତି। ଏହି ସିରିଜ୍‌ ବାବଦରେ ଅଧିକ ସୂଚନା ଦିଆଯାଇ ନ ଥିବାବେଳେ ସିରିଜ୍‌ ପ୍ରଥମ ଶୁଟିଂ ମୁମ୍ବାଇରେ ହେବ ବୋଲି ଜଣାପଡ଼ିଛି। ଏଥିସହ ଆସନ୍ତା ୪ ମାସ ମଧ୍ୟରେ ସହରର ବିଭିନ୍ନ ସ୍ଥାନରେ ଏହାର ଶୁଟିଂ ହେବ ବୋଲି ସୂଚନା ରହିଛି। ତେବେ ଜ୍ୟାକ୍‌ଲିନ ୨୦୦୯ରୁ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିବାବେଳେ ଶେଷଥର ତାଙ୍କୁ ସିନେମା ‘ସେଲ୍ଫି’ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri