Posted inଖେଳ

ବଡ଼ ରେକର୍ଡ ହାସଲ କଲେ ଜାଡେଜା

କଲମ୍ବୋ,୧୩।୯: ଭାରତୀୟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଏସିଆ କପ ୨୦୨୩ରେ ଏକ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ଭାରତ ପାଇଁ ଏସିଆ କପ ଟୁର୍ନାମେଣ୍ଟରେ ସର୍ବାଧିକ ଉଇକେଟ ନେଇ ଜାଡେଜା ପ୍ରଥମ ସ୍ଥାନରେ ପହଞ୍ଚିଛନ୍ତି। ଏହି ପ୍ରସଙ୍ଗରେ ସେ ପୂର୍ବତନ ଭାରତୀୟ ବୋଲର ଇରଫାନ ପଠାନଙ୍କୁ ପଛରେ ପକାଇଛନ୍ତି। ତାଙ୍କ ନାମରେ ଏହି ରେକର୍ଡ କରାଯାଇଥିଲା। ଏସିଆ କପ୍ର ଦିନିକିଆ ଫର୍ମାଟରେ ଖେଳାଯାଇଥିବା ମ୍ୟାଚରେ ଜାଡେଜା ଏହି ସଫଳତା ହାସଲ କରିଛନ୍ତି।
ଶ୍ରୀଲଙ୍କା ବିପକ୍ଷ ସୁପର-୪ ମ୍ୟାଚ୍‌ରେ ରବୀନ୍ଦ୍ର ଜାଡେଜା ଦାସୁନ ଶାନାକାଙ୍କୁ ଆଉଟ୍‌ କରି ଏହି ସଫଳତା ହାସଲ କରିଥିଲେ। ଭାରତୀୟ ଦଳ ପାଇଁ ଇରଫାନ ପଠାନ ଏସିଆ କପରେ ୧୨ଟି ମ୍ୟାଚ ଖେଳି ହାରାହାରି ୨୭.୫୦ରେ ୨୨ଟି ଉଇକେଟ ନେଇଥିଲେ। ଏହି ମ୍ୟାଚ ଆରମ୍ଭ ପୂର୍ବରୁ ଜାଡେଜାଙ୍କ ନାମରେ ମଧ୍ୟ ସମାନ ସଂଖ୍ୟକ ଉଇକେଟ ନେଇଥିଲେ। ତେବେ ଏସିଆ କପରେ ୧୮ ଟି ମ୍ୟାଚ ପରେ ଜାଡେଜା ୨୪ ଉଇକେଟ ନେଇଛନ୍ତି।
ଏସିଆ କପ୍‌ର ଦିନିକିଆ ଫର୍ମାଟରେ ସର୍ବାଧିକ ଉଇକେଟ ନେଇ ଶ୍ରୀଲଙ୍କାର କିମ୍ବଦନ୍ତୀ ପୂର୍ବତନ ଖେଳାଳି ମୁଥିଆ ମୁରଲୀଥରନ ପ୍ରଥମ ସ୍ଥାନରେ ଅଛନ୍ତି। ଏସିଆ କପ ଇତିହାସରେ ୨୪ଟି ମ୍ୟାଚ ଖେଳି ମୁରଲୀ ୩୦ ଉଇକେଟ ନେଇଥିଲେ। ଏହା ପରେ ଲାସିଥ ମାଲିଙ୍ଗା ୨୯ ଉଇକେଟ ସହ ଦ୍ୱିତୀୟ ସ୍ଥାନରେ ଏବଂ ଅଜନ୍ତା ମେଣ୍ଡିସ ୨୬ ଉଇକେଟ ସହ ତୃତୀୟ ସ୍ଥାନରେ ଅଛନ୍ତି। ଜାଡେଜା ବର୍ତ୍ତମାନ ଏହି ପ୍ରସଙ୍ଗରେ ପଞ୍ଚମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?