Posted inଖେଳ

ଜାଡେଜା, ଅକ୍ଷରଙ୍କୁ ଟେଷ୍ଟ ଦଳରେ ମିଳିଲା ନାହିଁ ସ୍ଥାନ

ନୂଆଦିଲ୍ଲୀ,୮।୧୨: ସେଞ୍ଚୁରିଆନଠାରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ଲାଗି ବିସିସିଆଇ ପକ୍ଷରୁ ବୁଧବାର ବିରାଟ କୋହଲିଙ୍କ ନେତୃତ୍ୱରେ ୧୮ ଜଣିଆ ଦଳ ଘୋଷଣା କରାଯାଇଛି। କୋହଲିଙ୍କୁ ଡେପୁଟି ଭାବେ ସହାୟତା କରିବେ ବରିଷ୍ଠ ଓପନର ରୋହିତ ଶର୍ମା। ପୂର୍ବରୁ ଉପ ଅଧିନାୟକ ଦାୟିତ୍ୱ ସମ୍ଭାଳୁଥିବା ଅଜିଙ୍କ୍ୟ ରାହାନେ ଖରାପ ଫର୍ମ ଦେଇ ଗତି କରୁଥିଲେ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି। ସବୁଠୁ ବଡ଼ କଥା ହେଲା ଦଳରେ ଉଭୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଓ ଅକ୍ଷର ପଟେଲଙ୍କୁ ସ୍ଥାନ ମିଳିନାହିଁ।

ଅନ୍ୟପକ୍ଷରେ ଆହତ ସମସ୍ୟା କାରଣରୁ ନ୍ୟୁଜିଲାଣ୍ଡ ବିପକ୍ଷ ଘରୋଇ ସିରିଜ୍‌ ଖେଳି ନ ଥିବା ଲୋକେଶ ରାହୁଲ ଫିଟ୍‌ ହୋଇ ଦଳକୁ ଫେରିଛନ୍ତି। ତାଙ୍କ ଭଳି ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ରିଷଭ ପନ୍ତ, ମହମ୍ମଦ ଶାମି, ଶାର୍ଦ୍ଦୁଳ ଠାକୁର, ଯଶପ୍ରୀତ ବୁମରା। ଏମାନଙ୍କୁ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ୍‌ରୁ ବିଶ୍ରାମ ଦିଆଯାଇଥିଲା। ଜାଡେଜା ଓ ଅକ୍ଷର ଦଳରୁ ବାଦ୍‌ ପଡ଼ିଥିବା ବେଳେ ସ୍ପିନର ଜୟନ୍ତ ଯାଦବ ଓ ଭେଟେରାନ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଦଳରେ ସ୍ଥାନ ବଜାୟ ରଖିଛନ୍ତି। ବ୍ୟାକଅପ୍‌ ଉଇକେଟକିପର ଭାବେ ରିଦ୍ଦିମାନ ଶାହାଙ୍କୁ ଦଳରେ ନିଆଯାଇଛି। ଏହାବାଦ୍‌ ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷରେ ଭାରତ ଏ’ ପାଇଁ ଭଲ ପ୍ରଦର୍ଶନ ପରେ ଦଳକୁ ଫେରିଛନ୍ତି ହନୁମା ବିହାରୀ।

ଭାରତୀୟ ଟେଷ୍ଟ ଦଳ: ବିରାଟ କୋହଲି (ଅଧିନାୟକ), ଲୋକେଶ ରାହୁଲ, ମୟଙ୍କ ଅଗ୍ରଓ୍ବାଲ, ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେ, ଶ୍ରେୟାସ ଆୟାର, ହନୁମା ବିହାରୀ, ରିଷଭ ପନ୍ତ ଓ ରିଦ୍ଦିମାନ ଶାହା (ଉଇକେଟକିପର), ରବିଚନ୍ଦ୍ରନ ଅଶ୍ୱିନ, ଜୟନ୍ତ ଯାଦବ, ଇଶାନ୍ତ ଶର୍ମା, ମହମ୍ମଦ ଶାମି, ଉମେଶ ଯାଦବ, ଯଶପ୍ରୀତ ବୁମରା, ଶାର୍ଦ୍ଦୁଳ ଠାକୁର ଓ ମହମ୍ମଦ ସିରାଜ।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri