Posted inଖେଳ

ଜାଡେଜା, ଅକ୍ଷରଙ୍କୁ ଟେଷ୍ଟ ଦଳରେ ମିଳିଲା ନାହିଁ ସ୍ଥାନ

ନୂଆଦିଲ୍ଲୀ,୮।୧୨: ସେଞ୍ଚୁରିଆନଠାରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ଲାଗି ବିସିସିଆଇ ପକ୍ଷରୁ ବୁଧବାର ବିରାଟ କୋହଲିଙ୍କ ନେତୃତ୍ୱରେ ୧୮ ଜଣିଆ ଦଳ ଘୋଷଣା କରାଯାଇଛି। କୋହଲିଙ୍କୁ ଡେପୁଟି ଭାବେ ସହାୟତା କରିବେ ବରିଷ୍ଠ ଓପନର ରୋହିତ ଶର୍ମା। ପୂର୍ବରୁ ଉପ ଅଧିନାୟକ ଦାୟିତ୍ୱ ସମ୍ଭାଳୁଥିବା ଅଜିଙ୍କ୍ୟ ରାହାନେ ଖରାପ ଫର୍ମ ଦେଇ ଗତି କରୁଥିଲେ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି। ସବୁଠୁ ବଡ଼ କଥା ହେଲା ଦଳରେ ଉଭୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଓ ଅକ୍ଷର ପଟେଲଙ୍କୁ ସ୍ଥାନ ମିଳିନାହିଁ।

ଅନ୍ୟପକ୍ଷରେ ଆହତ ସମସ୍ୟା କାରଣରୁ ନ୍ୟୁଜିଲାଣ୍ଡ ବିପକ୍ଷ ଘରୋଇ ସିରିଜ୍‌ ଖେଳି ନ ଥିବା ଲୋକେଶ ରାହୁଲ ଫିଟ୍‌ ହୋଇ ଦଳକୁ ଫେରିଛନ୍ତି। ତାଙ୍କ ଭଳି ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ରିଷଭ ପନ୍ତ, ମହମ୍ମଦ ଶାମି, ଶାର୍ଦ୍ଦୁଳ ଠାକୁର, ଯଶପ୍ରୀତ ବୁମରା। ଏମାନଙ୍କୁ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ୍‌ରୁ ବିଶ୍ରାମ ଦିଆଯାଇଥିଲା। ଜାଡେଜା ଓ ଅକ୍ଷର ଦଳରୁ ବାଦ୍‌ ପଡ଼ିଥିବା ବେଳେ ସ୍ପିନର ଜୟନ୍ତ ଯାଦବ ଓ ଭେଟେରାନ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଦଳରେ ସ୍ଥାନ ବଜାୟ ରଖିଛନ୍ତି। ବ୍ୟାକଅପ୍‌ ଉଇକେଟକିପର ଭାବେ ରିଦ୍ଦିମାନ ଶାହାଙ୍କୁ ଦଳରେ ନିଆଯାଇଛି। ଏହାବାଦ୍‌ ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷରେ ଭାରତ ଏ’ ପାଇଁ ଭଲ ପ୍ରଦର୍ଶନ ପରେ ଦଳକୁ ଫେରିଛନ୍ତି ହନୁମା ବିହାରୀ।

ଭାରତୀୟ ଟେଷ୍ଟ ଦଳ: ବିରାଟ କୋହଲି (ଅଧିନାୟକ), ଲୋକେଶ ରାହୁଲ, ମୟଙ୍କ ଅଗ୍ରଓ୍ବାଲ, ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେ, ଶ୍ରେୟାସ ଆୟାର, ହନୁମା ବିହାରୀ, ରିଷଭ ପନ୍ତ ଓ ରିଦ୍ଦିମାନ ଶାହା (ଉଇକେଟକିପର), ରବିଚନ୍ଦ୍ରନ ଅଶ୍ୱିନ, ଜୟନ୍ତ ଯାଦବ, ଇଶାନ୍ତ ଶର୍ମା, ମହମ୍ମଦ ଶାମି, ଉମେଶ ଯାଦବ, ଯଶପ୍ରୀତ ବୁମରା, ଶାର୍ଦ୍ଦୁଳ ଠାକୁର ଓ ମହମ୍ମଦ ସିରାଜ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଗରକର ଜଣେ ଅହଙ୍କାରୀ ଚୟନକର୍ତ୍ତା, ଖେଳାଳିଙ୍କ ଜୀବନ ବରବାଦ କରିଛନ୍ତି: ସାମିଙ୍କ ଅବସର ପରେ ବର୍ଷିଲେ…

ନୂଆଦିଲ୍ଲୀ,୭।୧୧: ଭାରତୀୟ କ୍ରିକେଟ୍ ଦଳର ଅନ୍ୟତମ ଶ୍ରେଷ୍ଠ ଦ୍ରୁତ ବୋଲର ମହମ୍ମଦ ସାମି ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ଦୀପାବଳିର ଠିକ୍ ଦୁଇ ଦିନ ପୂର୍ବେ,…

ଅତିରିକ୍ତ ୨ ବର୍ଷ କାର୍ଯ୍ୟ ଶେଷ ପରେ ନିୟମିତ ପାଇଁ ଯୋଗ୍ୟ ହେବେ ଅଗ୍ନିବୀର

ନୂଆଦିଲ୍ଲୀ,୭ା୧୧: ଅତିରିକ୍ତ ୨ ବର୍ଷ କାର୍ଯ୍ୟକାଳ ଶେଷ କରିବା ପରେ ସମସ୍ତ ଅଗ୍ନିବୀର ଚାହିଁଲେ ନିୟମିତ ସୈନ୍ୟ ଭାବେ ପଞ୍ଜୀକୃତ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ…

ପାରିବାରିକ କଳହ ନା ଚାକିରୀ ଚାପ? ଛୁଟିରୁ ଫେରିବା ପରେ କ୍ୱାର୍ଟରରୁ ମିଳିଲା ଅମ୍ବାଦଳା ଥାନା SIଙ୍କ ଝୁଲନ୍ତା ମୃତଦେହ, ଉଠିଲା ପ୍ରଶ୍ନ

ଆମ୍ବଦଳା,୭।୧୧(ରବିନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଆମ୍ବଦଳା ଥାନାରେ କାର୍ଯ୍ୟରତ ଏସ୍‌ଆଇ ଅଶୋକ ପ୍ରଧାନଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଥାନା ପରିସରସ୍ଥିତ ସରକାରୀ କ୍ୱାର୍ଟରର ବନ୍ଦ…

କୋଟିଆରୁ ଆନ୍ଧ୍ର ସମିତିସଭ୍ୟ ନିର୍ବାଚିତ

ପଟ୍ଟାଙ୍ଗି,୭ା୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିର୍ବାଚନକୁ ନେଇ ୨ ରାଜ୍ୟ ମଧ୍ୟରେ ଛକାପଞ୍ଝା ଲାଗି ରହିଥିଲା। ଏହା ସତ୍ତ୍ୱେ…

ଚିନ୍ତା ବଢ଼ାଉଛି ପ୍ରଦୂଷଣ, ଦୀପାବଳି ପୂର୍ବରୁ ଦିଲ୍ଲୀ ବିଶ୍ୱର ସବୁଠୁ ପ୍ରଦୂଷିତ ସହର

ନୂଆଦିଲ୍ଲୀ,୭ା୧୧: ଆଲୋକର ପର୍ବ ଦୀପାବଳି ପୂର୍ବରୁ ଶନିବାର ଦିଲ୍ଲୀ ବିଶ୍ୱର ସବୁଠୁ ପ୍ରଦୂଷିତ ବୃହତ୍‌ ସହର ଥିଲା ବୋଲି ସୁଇସ୍‌ ଗ୍ରୁପ୍‌ ଆଇକ୍ୟୁଏୟାରର ଲାଇଭ୍‌ ର଼୍ୟାଙ୍କିଙ୍ଗ୍‌ରୁ ଜଣାପଡ଼ିଛି।…

ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିରଳ ରେକର୍ଡ, ଜାଣନ୍ତୁ…

ଓ୍ବେଲିଂଟନ,୭।୧୧: ଯୁବ ଫାଷ୍ଟ ବୋଲରଙ୍କ ଜବରଦସ୍ତ ପ୍ରଦର୍ଶନ ପରେ ଲୋକେଶ ରାହୁଲଙ୍କ ନିର୍ଭରଯୋଗ୍ୟ ବ୍ୟାଟିଂ ବଳରେ ଶନିବାର ଖେଳାଯାଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବର୍ଷା ପ୍ରଭାବିତ ଦ୍ୱିତୀୟ ଦିନିକିଆ…

ଅଯୋଧ୍ୟାରେ ଦୀପୋତ୍ସବ: ସରୟୁ ନଦୀ କୂଳରେ ଯୋଗୀ କଲେ ଆରତୀ, ଦୀପରେ ଆଲୋକିତ ହେଲା ରାମନଗରୀ

ଅଯୋଧ୍ୟା,୭।୧୧: ପବିତ୍ର ଦୀପାବଳି ଅବସରରେ ରାମନଗରୀ ଅଯୋଧ୍ୟାରେ ଦଶମ ଦୀପୋତ୍ସବ ଶନିବାର ସନ୍ଧ୍ୟାରେ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୀପୋତ୍ସବର ଉଦ୍‌ଘାଟ କରି ସରୟୁ ନଦୀ…

Diwali 2026: ଦୀପାବଳି ରାତିରେ ଚୁପଚାପ୍ କରନ୍ତୁ ଏହି ଗୋଟିଏ ଉପାୟ, ମା’ ଲକ୍ଷ୍ମୀଙ୍କ କୃପାରୁ ଚମକି ଉଠିବ ଆପଣଙ୍କ ଭାଗ୍ୟ!

ଦୀପାବଳି ହେଉଛି ଧନ ଏବଂ ସମୃଦ୍ଧିର ମହାପର୍ବ। ଏହି ବର୍ଷ ୮ ନଭେମ୍ବର ୨୦୨୬, ରବିବାର ଦିନ ଦୀପାବଳି ପାଳନ କରାଯାଉଛି। କାର୍ତ୍ତିକ ମାସର ଅମାବାସ୍ୟା ତିଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?