Posted inଖେଳ

ମୋହାଲିର ରାଜା

ମୋହାଲି,୭।୩: ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡିଂ ପ୍ରଦର୍ଶନ ବଳରେ ଭାରତୀୟ ଦଳ ଏକ ଇନିଂସ ଏବଂ ୨୨୨ ରନ୍‌ରେ ଶ୍ରୀଲଙ୍କାକୁ ହରାଇ ଦେଇଛି। ମ୍ୟାଚ୍‌ରେ ୧୭୫ ରନ୍‌ର ଅପରାଜିତ ଇନିଂସ ଖେଳିବା ସହିତ ଉଭୟ ଇନିଂସରେ ୯ ଉଇକେଟ ନେଇଥିଲେ। ଏଭଳି ପ୍ରଦର୍ଶନ ଯୋଗୁ ତାଙ୍କୁ ମିଳିଥିଲା ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର। ତେବେ ମୋହାଲିର ଆଇଏସ୍‌ ବିନ୍ଦ୍ରା ପିସିଏ ଷ୍ଟାଡିୟମ୍‌ରେ ଜାଡେଜାଙ୍କ ପାଇଁ ଏହା କିଛି ନୂଆ କଥା ନୁହେଁ। ଏହି ଗ୍ରାଉଣ୍ଡରେ ସେ ପୂର୍ବରୁ ଦୁଇ ଥର ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ହାତେଇଥିଲେ।

୨୦୧୫ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଜାଡେଜା ଭାରତ ପାଇଁ ସର୍ବାଧିକ ୮ ଉଇକେଟ ନେଇଥିଲେ। ତା’ ପର ବର୍ଷ ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ୯୦ ରନ୍‌ର ଇନିଂସ ଖେଳିବା ପରେ ୪ ଉଇକେଟ ଅକ୍ତିଆର କରି ନିଜ ନାମରେ କରିଥିଲେ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର। କେବଳ ଥରେ ୨୦୧୩ରେ ଏହି ଗ୍ରାଉଣ୍ଡରେ ଖେଳାଯାଇଥିବା ଟେଷ୍ଟରେ ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇ ନ ଥିଲେ ଜାଡେଜା। ସେଥର ଅଷ୍ଟ୍ରେଲିଆ ବିପକ୍ଷରେ ଶିଖର ଧାଓ୍ବନ ତାଙ୍କ ପଦାର୍ପଣ ମ୍ୟାଚ୍‌ରେ ଖେଳିଥିଲେ ୧୮୭ ରନ୍‌ର ବିସ୍ଫୋରକ ଇନିଂସ। ଏହି ମ୍ୟାଚ୍‌ରେ ମଧ୍ୟ ସିଏସ୍‌କେ ଅଲରାଉଣ୍ଡର ୬ ଉଇକେଟ ଅକ୍ତିଆର କରିଥିଲେ। ମୋହାଲି ଗ୍ରାଉଣ୍ଡରେ ମାତ୍ର ୪ ଟେଷ୍ଟରେ ଜାଡେଜା ମୋଟ ୩୨୭ ରନ୍‌ କରିବା ସହ ୨୭ ଉଇକେଟ ନେଇଛନ୍ତି।

“ଏହା ମୋ ପାଇଁ ଲକି ଗ୍ରାଉଣ୍ଡ। ଯେତେବେଳେ ବି ଏଠାକୁ ଆସେ ମୁଁ ଭଲ ପ୍ରଦର୍ଶନ କରେ। ଉଭୟ ବ୍ୟାଟ ଏବଂ ବଲରେ ପ୍ରଦର୍ଶନ କରିପାରି ଥିବାରୁ ମୁଁ ଅତ୍ୟନ୍ତ ଖୁସି। ଏଭଳି ପ୍ରଦର୍ଶନ କରିବା ପରେ ଆତ୍ମବିଶ୍ୱାସ ଆସେ” ବୋଲି ୩୩ ବର୍ଷୀୟ ଅଲରାଉଣ୍ଡର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?