Posted inଖେଳ

ଅଧିକ ନୋ ବଲ ପକାଇ ଅଡୁଆରେ ଜାଡେଜା, ବର୍ଷିଲେ ଗାଭାସ୍କର…

ଇନ୍ଦୋର,୨।୩ : ଚାରି ମ୍ୟାଚ ବିଶିଷ୍ଟ ବର୍ଡର-ଗାଭାସ୍କର ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଇନ୍ଦୋରରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଭାରତ ପ୍ରଥମ ଇନିଂସରେ ୧୦୯ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆ ପ୍ରଥମ ଦିନରେ ପ୍ରଥମ ଇନିଂସରେ ଚାରି ୱିକେଟ ହରାଇ ୧୫୬ ରନ ସଂଗ୍ରହ କରି ୪୭ ରନ ଆଗୁଆ ରହିଥିଲା। ଭାରତୀୟ ବୋଲରମାନେ ପ୍ରଥମ ଦିନରେ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନଙ୍କୁ ଆଉଟ କରିବାର ଅନେକ ସୁଯୋଗ ପାଇଥିଲେ, କିନ୍ତୁ ଭାଗ୍ୟ ଟିମ ଇଣ୍ଡିଆ ସହିତ ନ ଥିଲା।
ଜାଡେଜା ପ୍ରଥମ ଦିନରେ ଅନେକ ନୋ ବଲ ବୋଲିଂ କରିଥିଲେ। ଥରେ ସେ ଲାବୁଶେନଙ୍କୁ ନୋ ବଲରେ ବୋଲ୍ଡ କରିଥିଲେ। ଜାଡେଜା ଟିମ ଇଣ୍ଡିଆ ପାଇଁ ଏକ ପ୍ରମୁଖ ଅଲରାଉଣ୍ଡର ଏବଂ ଆଘାତ ପ୍ରାପ୍ତ ଅବସ୍ଥରୁ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରି ଅଧିନାୟକଙ୍କ ବିଶ୍ୱାସ ଅର୍ଜନ କରିଛନ୍ତି। ଗତ ବର୍ଷ ଆଣ୍ଠୁ ଅସ୍ତ୍ରୋପଚାର ପରେ ଜାଡେଜାଙ୍କୁ କ୍ରିକେଟ ଖେଳ ଠାରୁ ପାଞ୍ଚ ମାସ ଦୂରରେ ରହିବାକୁ ପଡିଲା ଏବଂ ଚଳିତ ବର୍ଷ ଜାନୁଆରୀରେ କ୍ରିକେଟକୁ ଫେରିବାର ସୁଯୋଗ ପାଇଥିଲେ। ଫେରିବା ପରେ ଜାଡେଜା ସୌରାଷ୍ଟ୍ର ପାଇଁ ରଣଜୀ ଟ୍ରଫି ମ୍ୟାଚରେ ଆଠଟି ୱିକେଟ ନେଇଥିଲେ। ଏହା ପରେ ସେ ବର୍ଡର-ଗାଭାସ୍କର ଟ୍ରଫିର ୨ଟି ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରିଥିଲେ । ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟରେ ତାଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଭାବେ ବିଚାର କରାଯାଇଥିଲା।

ଇନ୍ଦୋର ମ୍ୟାଚରେ ଜାଡେଜା ଅଧିକ ନୋ ବଲ ପକାଇ ଥିବାରୁ ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ତଥା ଅଧିନାୟକ ସୁନୀଲ ଗାଭାସ୍କର ଜାଡେଜାଙ୍କୁ କଡ଼ା ସମାଲୋଚନା କରି ତାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଏହା ଗ୍ରହଣୀୟ ନୁହେଁ। ଜଣେ ସ୍ପିନରଙ୍କ ପାଇଁ ଏହିପରି ନୋ-ବଲ ବୋଲିଂ କରିବା ଦ୍ୱାରା ଭାରତକୁ ବହୁମୂଲ୍ୟ ଦେବାକୁ ପଡିପାରେ। ଗାଭାସ୍କର ଏହା ମଧ୍ୟ କହିଛନ୍ତି -ଜାଡେଜା ଲାଇନ ପଛ ପଟରୁ ବୋଲିଂ କରିବା ଉଚିତ। ଏହା ଦ୍ୱାରା ସୁଫଳ ମିଳି ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri