Posted inଖେଳ

ଧୋନୀଙ୍କୁ ଟ୍ରୋଲ୍‌ କରିବାରୁ ଜାଡେଜା ଦେଲେ ମୁହଁତୋଡ ଜବାବ

ନୂଆଦିଲ୍ଲୀ,୧୦।୧:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ଉଇକେଟ କିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥାଇ ପାରନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ ହୃଦୟରେ ଏବେ ବି ସେ ରାଜ୍‌ କରୁଛନ୍ତି। ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକତ୍ୱ ଗ୍ରହଣ କରିଥିବା ଧୋନୀଙ୍କ ଏକ ପୁରୁଣା ଫଟୋ ରବିବାର କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ଟୁଇଟରରେ ପୋଷ୍ଟ କରି ତାଙ୍କୁ ଟ୍ରୋଲ କରିବାକୁ ଚେଷ୍ଟା କରିଛି। ଧୋନୀଙ୍କ ଅନେକ ପ୍ରଶଂସକ ଏହା ଉପରେ ଫ୍ରାଞ୍ଚାଇଜ ଉପରେ ପ୍ରତିକ୍ରିୟା ଦେଇଥିଲେ। କେବଳ ଏତିକି ନୁହେଁ, ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ମଧ୍ୟ ମୁହଁତୋଡ ଜବାବ ଦେଇଛନ୍ତି।
କେକେଆର୍‌ ୨ଟି ଫଟୋର ଏକ କୋଲାଜ ଫଟୋ ଶେୟାର କରିଛି। ଗୋଟିଏ ଫଟୋ ଇଂଲଣ୍ଠଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଆଶେସ ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚ ହୋଇଥିବାବେଳେ ଅନ୍ୟ ଫଟୋଟି ପୁରୁଣା ଆଇପିଏଲ୍‌ ମ୍ୟାଚର। ସିଡନୀରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚ ଡ୍ରରେ ଶେଷ ହୋଇଥିଲା। ମ୍ୟାଚ୍‌ର ପଞ୍ଚମ ଦିନ ଅଷ୍ଟ୍ରେଲିଆର ଦ୍ୱିତୀୟ ଇନିଂସରେ ଅବଶିଷ୍ଟ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିବା ପାଇଁ ଅଷ୍ଟ୍ରେଲିଆ ନିଜର ସମସ୍ତ ଫିଲ୍ଡରଙ୍କୁ ଏକାଠି ରଖିଥିଲା। ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ୯ ଉଇକେଟ ହରାଇଥିଲା କିନ୍ତୁ ଦିନର ଖେଳ ଶେଷ ହେତୁ ମ୍ୟାଚ ଡ୍ରରେ ଶେଷ ହୋଇଥିଲା। ଧୋନୀଙ୍କ ଏକ ଫଟୋ ମଧ୍ୟ ଅଛି। ସେତେେବେଳେ ପୁଣେର ଅଧିନାୟକତ୍ୱ ପରିଚାଳନା କରୁଥିଲେ ଏବଂ ବ୍ୟାଟିଂ ସମୟରେ କେକେଆର୍‌ ତାଙ୍କ ଫିଲ୍ଡରକୁ ନିକଟରେ ରଖିଥିଲେ। ଧୋନୀଙ୍କ ପ୍ରଶଂସକମାନେ ଏହି ତୁଳନାକୁ ପସନ୍ଦ କରି ନାହିଁ ଏବଂ ଏହି ପୋଷ୍ଟରେ ମନ୍ତବ୍ୟ ଦେବା ଆରମ୍ଭ କଲେ। ଏହି ପୋଷ୍ଟରେ ତାଙ୍କ କମେଣ୍ଟ ସହିତ ଜାଡେଜା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କେକେଆର୍‌ ଟ୍ରୋଲ କରି ଜଡୁ ଲେଖିଛନ୍ତି, ଏହା ଏକ ମାଷ୍ଟରଷ୍ଟ୍ରୋକ ନୁହେଁ, ଏହା କେବଳ ଏକ ଶୋ’।

kkr gautam gambhir ms dhoni csk rspg


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri