Posted inଖେଳ

ବ୍ୟାଟିଂ ପରେ ବୋଲିଂରେ ଆଉ ଏକ କୀର୍ତ୍ତିମାନ ରଚିଲେ ଜାଡେଜା

ମୋହାଲି,୬।୩: ଶ୍ରୀଲଙ୍କା ବିପକ୍ଷରେ ଏଠାରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଚମକିଛନ୍ତି ରବୀନ୍ଦ୍ର ଜାଡେଜା । ପ୍ରଥମେ ବ୍ୟାଟିଂ ପରେ ଏବେ ବୋଲିଂରେ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି ସେ । ଶନିବାର ଭାରତ ପାଇଁ ୭ମ ଉଇକେଟରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିଥିବା ଖେଳାଳି ଭାବେ ସେ ଗୌରବ ଅର୍ଜନ କରିଥିଲେ। ରବିବାର ସେ ବୋଲିଂରେ ଅନ୍ୟ ଏକ କୀର୍ତ୍ତିମାନ ସ୍ଥାପନ କରିଛନ୍ତି । ଗୋଟିଏ ଟେଷ୍ଟରେ ୧୫୦ରୁ ଅଧିକ ରନ୍‌ ଏବଂ ୫ଟି ଉଇକେଟ ନେବାରେ ସେ ବିଶ୍ୱର ଷଷ୍ଠ କ୍ରିକେଟର ପାଲଟିଛନ୍ତି। ଜାଡ଼େଜା ତୃତୀୟ ଭାରତୀୟ କ୍ରିକେଟର ଭାବେ ଏହି ରେକର୍ଡ ନିଜ ନାମରେ କରିଛନ୍ତି।

ଶନିବାର ଭାରତ ୮ଟି ଉଇକେଟ ହରାଇ ୫୭୪ ରନ୍‌ କରିଥିବା ବେଳେ ଅଧିନାୟକ ରୋହିତ ଶର୍ମା ପାଳି ଘୋଷଣା କରିଥିଲେ। ତେବେ ଭାରତର ପ୍ରଥମ ଇନିଂସରେ ୭ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ଜାଡେଜା ୧୭୫ ରନ୍‌ କରି ଅପରାଜିତ ରହିଥିଲେ। ସେ ୨୨୮ଟି ବଲ୍‌ର ସମ୍ମୁଖୀନ ହୋଇଥିବା ବେଳେ ୧୭ଟି ଚୌକା ଓ ୩ଟି ଛକା ମାରିଥିଲେ। ବ୍ୟାଟିଂ ଭଳି ବୋଲିଂରେ ମଧ୍ୟ ଜାଡେଜାଙ୍କ ଯାଦୁ ଦେଖିବାକୁ ମିଳିଛି। ଶ୍ରୀଲଙ୍କାର ପ୍ରଥମ ଇନିଂସରେ ସେ ୧୩ ଓଭର ବୋଲିଂ କରିଥିବା ଜାଡେଜା ୪୧ ରନ ଦେଇ ୫ଟି ଉଇକେଟ ନେଇଛନ୍ତି । ଏହି ୧୩ ଓଭରରୁ ୪ଟି ମେଡେନ ଓଭର ଥିଲା।

ଅପରପକ୍ଷେ ପ୍ରଥମ ଇନିଂସରେ ଶ୍ରୀଲଙ୍କା ୧୭୪ ରନ୍‌ରେ ଅଲଆଉଟ ହୋଇଯିବାରୁ ଭାରତ ଫଲୋ-ଅନ ଦେଇଛି। ଏଣୁ ଭ୍ରମଣକାରୀ ଦଳ ତା’ର ଦ୍ୱିତୀୟ ଇନିଂସ ଖେଳ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri