Posted inଖେଳ

ଇଞ୍ଜେକସନ୍‌ ନେଇ ବ୍ୟାଟିଂ କରିବେ ଜାଡେଜା!

ସିଡନୀ,୧୦।୧: ଭାରତୀୟ ଦଳ ପାଇଁ ବଡ଼ ଆଶ୍ୱସ୍ତିକର ଖବର ଆସିଛି। ଅଷ୍ଟ୍ରେଲିଆ ବିପକ୍ଷ ସିଡନୀ ଟେଷ୍ଟର ଚତୁର୍ଥ ଇନିଂସରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବ୍ୟାଟିଂ କରିବେ। ସିଡନୀ ଟେଷ୍ଟରେ ଯଦି ଆବଶ୍ୟକ ହୁଏ, ଜାଡେଜା ଯନ୍ତ୍ରଣାରୁ ମୁକ୍ତି ଇଞ୍ଜେକ୍ସନ ନେଇ ବ୍ୟାଟିଂ କରିବେ । ତେବେ ଆଙ୍ଗୁଠିରେ ଆଘାତ ଯୋଗୁ ଫାଟିଯିବା ଏବଂ ସ୍ଥାନାନ୍ତର ହୋଇଥିବା ଜାଡେଜା ଇଂଲଣ୍ଡ ବିପକ୍ଷ ଆଗାମୀ ସିରିଜର ପ୍ରଥମ ଦୁଇଟି ଟେଷ୍ଟରୁ ବାଦ ପଡିଛନ୍ତି। ଭାରତର ପ୍ରଥମ ଇନିଂସରେ ବ୍ୟାଟିଂ ବେଳେ ମିଚେଲ ଷ୍ଟାର୍କଙ୍କ ସର୍ଟ ବଲ ତାଙ୍କ ବାମ ହାତର ଗ୍ଲୋଭରେ ବାଜିଥିଲା, ପରେ ତାଙ୍କୁ ଡାକ୍ତରଖାନା ଯିବାକୁ ପଡିଲା। ଆଘାତ କାରଣରୁ ସେ ଅଷ୍ଟ୍ରେଲିଆର ଦ୍ୱିତୀୟ ଇନିଂସରେ ବୋଲିଂ କରିପାରି ନ ଥିଲେ। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ)ର ଏକ ସୁତ୍ରରୁ ପ୍ରକାଶ ଯେ, ରବିନ୍ଦ୍ର ଜାଡେଜା ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟରୁ ବାଦ୍‌ ପଡିଛନ୍ତି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପାଇଁ ତାଙ୍କୁ ଚାରିରୁ ଛଅ ସପ୍ତାହ ସମୟ ଲାଗିବ। ଇଂଲଣ୍ଡ ବିପକ୍ଷ ଚାରି ମ୍ୟାଚ ବିଶିଷ୍ଟ ସିରିଜ ଚେନ୍ନାଇରେ ଫେବୃଆରୀ ୫ରୁ ଆରମ୍ଭ ହେବ। ପ୍ରଥମ ଏବଂ ଦ୍ୱିତୀୟ ଟେଷ୍ଟ ଚେନ୍ନାଇରେ ଖେଳାଯିବ।
ସୂଚନାଯୋଗ୍ୟ, ପ୍ରଥମ ଇନିଂସରେ ଜାଡେଜା ଚାରି ଉକେଟ ନେବା ପରେ ଅପରାଜିତ ୨୮ ରନ ନେଇ ଦଳ ପାଇଁ ଚମତ୍କାର ଅବଦାନ ଦେଇଥିଲେ। ଏହା ବ୍ୟତୀତ ସେ ଷ୍ଟିଭ ସ୍ମିଥଙ୍କୁ ମଧ୍ୟ ଆଉଟ କରିଥିଲେ। ସିଡନୀ ଟେଷ୍ଟର ଚତୁର୍ଥ ଦିନରେ ଭାରତୀୟ ଦଳ ଦୁଇଟି ଉଇକେଟ ହରାଇ ୯୮ ରନ ସଂଗ୍ରହ କରିଛି। ସିଡନୀ ଟେଷ୍ଟର ଶେଷ ଦିନରେ ଭାରତକୁ ଜିତିବା ପାଇଁ ୩୦୯ ରନ ସ୍କୋର କରିବାକୁ ପଡିବ ଏବଂ ହାତରେ ୮ଟି ଉକେଟ ସୁରକ୍ଷିତ ଅଛି। ଚେତେଶ୍ୱର ପୂଜାରା ନଅ ଏବଂ ଅଧିନାୟକ ଅଜିଙ୍କ୍ୟ ରାହାଣେ ଚାରି ରନ ସଂଗ୍ରହ କରି କ୍ରିଜରେ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri