Posted inଖେଳ

ପାଣିରେ ପଡ଼ିଲା ଜାଡେଜାଙ୍କ ଲଢ଼ୁଆ ଅର୍ଦ୍ଧଶତକ: ରୋମାଞ୍ଚକ ମ୍ୟାଚ୍‌ରେ ହାରିଲା ଭାରତ

ଲଡର୍‌ସ, ୧୪।୭:ରବୀନ୍ଦ୍ର ଜାଡେଜାଙ୍କ ଲଢ଼ୁଆ ବ୍ୟାଟିଂ ସତ୍ତ୍ୱେ ଦ୍ୱିତୀୟ ଇନିଂସରେ ୧୯୩ ରନ କରିପାରିଲାନି ଭାରତ। ଗୋଟିଏ ପଟରେ ଏକାକୀ ଲଢ଼େଇ କରି ଜାଡେଜା ୬୧ ରନରେ ଅପରାଜିତ ରହିଥିଲେ ମଧ୍ୟ ଭାରତର ଦ୍ୱିତୀୟ ଇନିଂସ ୧୭୦ ରନରେ ସୀମିତ ରହି ଯାଇଥିଲା। ଫଳରେ ଇଂଲଣ୍ଡ ୨୨ ରନରେ ବିଜୟୀ ହୋଇଛି। ୫ ମ୍ୟାଚ ବିଶିଷ୍ଟ ସିରିଜରେ ଇଂଲଣ୍ଡ ୧-୦ରେ ଅଗ୍ରଣୀଲାଭ କରିଛି।
ଚତୁର୍ଥ ଦିବସର ଅସମାପ୍ତ ସ୍କୋର ୫୮/୪ରୁ ଖେଳ ଆରମ୍ଭ କରିଥିବା ଭାରତ ଶୀଘ୍ର ରିଷଭ ପନ୍ତ, ଲୋକେଶ ରାହୁଲ ଓ ଓ୍ବାଶିଂଟନ ସୁନ୍ଦରଙ୍କ ଉଇକେଟ ହରାଇଥିଲା। ପନ୍ତ ୯, ରାହୁଲ ୩୯ ରନ କରିଥିବାବେଳେ ସୁନ୍ଦର ଖାତାଖୋଲି ପାରି ନ ଥିଲେ। ଫଳରେ ୨୫ ଓଭର ବେଳକୁ ସ୍କୋର ୮୨/୭ ହୋଇ ଯାଇଥିଲା। ରବୀନ୍ଦ୍ର ଜାଡେଜା ଓ ନୀତୀଶ କୁମାର ରେଡ୍ଡୀ ସତର୍କତାର ସହ ବ୍ୟାଟିଂ କରି ଇନିଂସ ସମ୍ଭାଳି ନେବାକୁ ଚେଷ୍ଟା କରିଥିଲେ। ତେବେ ୮ମ ଉଇକେଟରେ ୩୦ ରନ ଯୋଗ ହେବାପରେ ନୀତୀଶ ୫୩ ବଲ୍‌ରୁ ୧୩ ରନକରି ଆଉଟ ହେବାରୁ ଯୋଡ଼ି ଭାଙ୍ଗିଥିଲା। ଏକାକୀ ଲଢ଼େଇ ଜାରି ରଖିଥିଲେ ଜାଡେଜା। ଯଶପ୍ରୀତ୍‌ ବୁମ୍‌ରା ମାତ୍ର ୫ ରନ କରିଥିଲେ ହେଁ ସେ ତାଙ୍କ ସହିତ ୯ମ ଉଇକେଟରେ ୧୩୨ ବଲ୍‌ରୁ ୩୫ ରନ ଯୋଗକରି ଭାରତକୁ ଲକ୍ଷ୍ୟ ପଥରେ ଆଗେଇ ନେଇଥିଲେ। ବୁମ୍‌ରା ୫୪ଟି ବଲ୍‌ର ସମ୍ମୁଖୀନ ହେବାପରେ ଧୈର୍ଯ୍ୟହରା ହୋଇ ବେନ୍‌ ଷ୍ଟୋକ୍ସଙ୍କ ଏକ ବଲ୍‌କୁ ପୁଲ୍‌ କରିବାକୁ ଯାଇ ମିଡ୍‌-ଅନ୍‌ରେ ସବ୍‌ଷ୍ଟିଚ୍ୟୁଟ ଖେଳାଳି ସାମ୍‌ କୁକ୍‌ଙ୍କୁ କ୍ୟାଚ ଦେଇଥିଲେ। ଶେଷ ଉଇକେଟରେ ମଧ୍ୟ ମହମ୍ମଦ ସିରାଜଙ୍କ ସହ ଲଢ଼ିଥିଲେ ଜାଡେଜା। ସେ ୧୫୦ ବଲ୍‌ରୁ ଅର୍ଦ୍ଧଶତକ ପୂରଣ କରିଥିଲେ। ଏହାଥିଲା ତାଙ୍କ କ୍ୟାରିୟରର ଏବଂ ଚଳିତ ସିରିଜର ସବୁଠାରୁ ଧିମା ଅର୍ଦ୍ଧଶତକ। ଚଳିତ ସିରଜରେ ସେ ୪ ଅର୍ଦ୍ଧଶତକ ହାସଲ କରି ନିଜ ଫର୍ମର ପରିଚୟ ଦେଇଥିଲେ। ଅନ୍ତିମ ଉଇକେଟରେ ୨୩ ରନ ସଂଗ୍ରହ ପରେ ମହମ୍ମଦ ସିରାଜ ୪ ରନକରି ଆଉଟ ହେବା ସହ ଭାରତ ଇନିଂସ ଶେଷ ହୋଇ ଯାଇଥିଲା। ଜାଡେଜା ୧୮୧ଟି ବଲ୍‌ର ସମ୍ମୁଖୀନ ହୋଇ ୪ ଚୌକା ଓ ୧ ଛକା ସହାୟତାରେ ୬୧ ରନକରି ଅପରାଜିତ ରହିଥିଲେ। ଇଂଲଣ୍ଡ ପକ୍ଷରୁ ଜୋଫ୍ରା ଆର୍ଚର ଓ ବେନ୍‌ ଷ୍ଟୋକ୍ସ ୩ଟି ଲେଖାଏ, ବ୍ରାଇଡନ କାର୍ସ ୨ଟି ଏବଂ କ୍ରିସ୍‌ ଓ୍ବକ୍ସ ଓ ଶୋଏବ ବଶିର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri