Posted inଖେଳ

ଜାଡେଜାଙ୍କ ନୂଆ ନାଁ ଦେଲେ ଧୋନୀଙ୍କ ସ୍ତ୍ରୀ

ମୁମ୍ବାଇ,୨୭।୪: ଆଇପିଏଲ ୨୦୨୧ର ୧୯ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି) ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ବଲ, ବ୍ୟାଟ ଏବଂ ଫିଲ୍ଡିଂ ସମେତ ତିନୋଟି ବିଭାଗରେ ସିଏସ୍‌କେର ବିଜୟରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଏବଂ ଦଳ ପଏଣ୍ଟ ଟେବୁଲରେ ପ୍ରଥମ ସ୍ଥାନରେ ପହଞ୍ଚିଥିଲା। ଆରସିବି ବିପକ୍ଷ ମ୍ୟାଚରେ ପାଞ୍ଚ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ଜାଡେଜା ୨୮ ବଲରୁ ଅପରାଜିତ ୬୨ ସ୍କୋର କରିଥିଲେ। ଏହି ଇନିଂସରେ ଜାଡେଜାଙ୍କ ଷ୍ଟ୍ରାଇକ ହାର ୨୨୧ରୁ ଅଧିକ ଥିଲା। ସେ ଚଳିତ ସିଜନରେ ସର୍ବାଧିକ ଉଇକେଟ ଟେକର ହର୍ଷଲ ପଟେଲଙ୍କ ଏକ ଓଭରରେ ୫ ଛକା ମାରି ମୋଟ ୩୭ ରନ ସଂଗ୍ରହ କରିଥିଲେ। ଏଥିସହ ସେ ୪ ଓଭରରେ ୧୩ ରନ ଦେଇ ତିନୋଟି ଉଇକେଟ ନେଇଥିଲେ।
ତାଙ୍କର ଅଲରାଉଣ୍ଡର ପ୍ରଦର୍ଶନ ପାଇଁ ସମସ୍ତେ ଜାଡେଜାଙ୍କୁ ପ୍ରଶଂସା କରୁଛନ୍ତି। ସିଏସକେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପରେ ତାଙ୍କ ସ୍ତ୍ରୀ ସାକ୍ଷୀ ମଧ୍ୟ ଏହି ଅଲରାଉଣ୍ଡରଙ୍କୁ ଏକ ନିଆରା ପ୍ରଶଂସା କରିଥିଲେ। ସାକ୍ଷୀ ଏହି ପୋଷ୍ଟକୁ ଇନଷ୍ଟାଗ୍ରାମରେ ଶେୟାର କରି ଲେଖିଛନ୍ତି, ବିଷ୍ଟ ମୋଡ। ଅର୍ଥାତ୍‌ ଜାଡେଜାଙ୍କୁ ‘ବନ୍ୟ ଅବତାର’ କହିଛନ୍ତି। ନଜାଡେଜାଙ୍କ ଇନିଂସ ଦେଖି ଆରସିବି ଅଧିନାୟକ ବିରାଟ କୋହଲି ମଧ୍ୟ ବହୁତ ପ୍ରଶଂସା କରିଥିଲେ। ମ୍ୟାଚ ପରେ ସେ ଜାଡେଜାଙ୍କୁ ପ୍ରଶଂସା କରି କହିଥିଲେ ଯେ ସେ ଏପରି ଜଣେ ଖେଳାଳି, ଯାହାଙ୍କ ଉପରେ ମୁଁ ସବୁବେଳେ ବିଶ୍ୱାସ କରିଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri