Posted inଖେଳ

ନିଶାରେ ଉବୁଟୁବୁ ଭାରତୀୟ କ୍ରିକେଟର, ବଡ ଖୁଲାସା କଲେ ଜାଡେଜାଙ୍କ ପତ୍ନୀ

ନୂଆଦିଲ୍ଲୀ,୧୨ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜା ଟିମ୍ ଇଣ୍ଡିଆର ଖେଳାଳିଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ବିଦେଶ ଗସ୍ତ ସମୟରେ ଖେଳାଳିମାନେ ବିଭିନ୍ନ ପ୍ରକାରର ନିଶା ବା ଭାଇସ୍‌ରେ ଲିପ୍ତ ରୁହନ୍ତି। ତେବେ ସେ ଦୃଢ଼ତାର ସହ କହିଛନ୍ତି ଯେ ତାଙ୍କ ସ୍ୱାମୀ ରବୀନ୍ଦ୍ର କେବେହେଲେ ଏପରି କୌଣସି ଅଭ୍ୟାସରେ ସାମିଲ୍ ହୁଅନ୍ତି ନାହିଁ।

ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରିଭାବା କହିଛନ୍ତି, “ମୋ ସ୍ୱାମୀ, କ୍ରିକେଟର୍ ରବୀନ୍ଦ୍ର ଜାଡେଜାଙ୍କୁ କ୍ରିକେଟ୍ ଖେଳିବା ପାଇଁ ଲଣ୍ଡନ, ଦୁବାଇ ଏବଂ ଅଷ୍ଟ୍ରେଲିଆ ଭଳି ଅନେକ ଦେଶକୁ ଯାତ୍ରା କରିବାକୁ ପଡ଼ିଥାଏ। ତଥାପି, ଆଜି ପର୍ଯ୍ୟନ୍ତ ସେ କୌଣସି ପ୍ରକାରର ନିଶା ବା ଭାଇସ୍‌କୁ ଛୁଇଁ ନାହାଁନ୍ତି କିମ୍ବା ସେଥିରେ ସାମିଲ୍ ହୋଇ ନାହାଁନ୍ତି, କାରଣ ସେ ତାଙ୍କର ଦାୟିତ୍ୱକୁ ବୁଝିଛନ୍ତି।” ସେ ଆହୁରି ମଧ୍ୟ କହିଛନ୍ତି, “ଦଳର ଅନ୍ୟ ସମସ୍ତ ସଦସ୍ୟ ନିଶାରେ ଲିପ୍ତ ଥାଆନ୍ତି, କିନ୍ତୁ ସେମାନଙ୍କ ଉପରେ କୌଣସି କଟକଣା ନାହିଁ।”

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ୨୦୧୬ରେ କେ.ଏଲ୍ ରାହୁଲ ୱେଷ୍ଟଇଣ୍ଡିଜ୍ ଗସ୍ତ ସମୟରେ ସୋସିଆଲ ମିଡିଆରେ ମଦ ବୋତଲ ଧରିଥିବା ଏକ ଫଟୋ ପୋଷ୍ଟ କରିଥିଲେ। ଏହି ଫଟୋ ଭାଇରାଲ୍ ହେବା ପରେ BCCI ଖେଳାଳିମାନଙ୍କୁ ସୋସିଆଲ ମିଡିଆରେ ଅଧିକ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଥିଲା ଏବଂ ରାହୁଲଙ୍କୁ ତାହା ଡିଲିଟ୍ କରିବାକୁ ପଡିଥିଲା।

ଚଳିତ ବର୍ଷ ଆରମ୍ଭରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଖେଳାଳିମାନଙ୍କୁ ତମାଖୁ ଏବଂ ମଦ୍ୟପାନ ସାମଗ୍ରୀର ସରୋଗେଟ୍ ବିଜ୍ଞାପନରେ ଅଂଶଗ୍ରହଣ କରିବାରୁ ରୋକିବା ପାଇଁ BCCI ଏବଂ SAI (Sports Authority of India) ନିକଟକୁ ଯାଇଥିଲା। ଖେଳାଳିମାନଙ୍କୁ ଏପରି ବିଜ୍ଞାପନରୁ ଦୂରେଇ ରହିବାକୁ ସ୍ପଷ୍ଟ ନିର୍ଦ୍ଦେଶ ଦେବାକୁ ବୋର୍ଡକୁ ପରାମର୍ଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?