ଦୁର୍ଦ୍ଦାନ୍ତ ଅପରାଧୀ ଜଗାଙ୍କୁ ହତ୍ୟା: ଡମ୍ପର ଜବତ, ୩ ଅଟକ

ଭୋଗରାଇ,୧୮ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅଧୀନ ଖୁରନ୍ତିଆ ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ ଜଗା ଓରଫ ରତନ ଦାସ(୨୮)ଙ୍କୁ କେତେକ ବ୍ୟକ୍ତି ଶୁକ୍ରବାର ବିଳମ୍ବିତ ରାତିରେ ଡମ୍ପର ଚାପି ହତ୍ୟା କରିଥିବା ଅଭିଯୋଗ ହୋଇଛି। କମର୍ଦ୍ଦା ପୋଲିସ ଶନିବାର ସକାଳେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ୭୫/୨୦ରେ ଏକ ହତ୍ୟା ମାମଲା ରୁଜୁ କରି ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ କରାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏଭଳି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତେବେ ହତ୍ୟାର ଶିକାର ହୋଇଥିବା ଏହି ଅପରାଧୀଙ୍କ ନାମରେ ହତ୍ୟା, ରାହାଜାନି, ଏହି ଡକାୟତି, ବଳାତ୍କାର ଓ ଚୋରା ବନ୍ଧୁକ ରଖିବା ନେଇ ବାଲେଶ୍ୱର, ଜଳେଶ୍ୱର, କମର୍ଦ୍ଦା, ପଶ୍ଚିମବଙ୍ଗ, ଗୋଆ ରାଜ୍ୟରେ ସଙ୍ଗୀନ ଅଭିଯୋଗ ରହିଛି। ଏହି ଘଟଣାରେ ପୋଲିସ ସ୍ଥାନୀୟ ଏକ ଗ୍ରାମର ଡମ୍ପର ଜବତ କରିବା ସହିତ ଥାନାରେ ୩ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri