ଦର୍ଶକଙ୍କୁ ବିଭୋର କଲା ‘ଜଗା ଖୋଜୁଛି ତା ଭାଗ୍ୟ ଜାତକ’

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମରେ ଶ୍ରୀ ସିଦ୍ଧବୀର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଉପଲକ୍ଷେ ଆୟୋଜିତ ଆଧ୍ୟାତ୍ମିକ ମହୋତ୍ସବ ରେ ହସ କାନ୍ଦଭରା ଶ୍ରେଷ୍ଠ ସାମାଜିକ ନାଟକ ‘ଜଗା ଖୋଜୁଛି ତା ଭାଗ୍ୟ ଜାତକ’ ଅପେରା ମଞ୍ଚସ୍ଥ ହୋଇଯାଇଛି । ଗ୍ରାମର ଶ୍ରୀ ହନୁମାନ ଯୁବକ ସଂଘ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ଏନ୍‌ଏସି ନଗରପାଳ ପ୍ରଫୁଲ ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦେଇ ଅପେରାକୁ ଉଦଘାଟନ କରିଥିଲେ। ଦିଗପହଣ୍ଡି ନଗର କଂଗ୍ରେସ କମିଟି ସଭାପତି ତଥା କାଉନସିଲର ଦୀପକ କୁମାର ମିଶ୍ର, କଂଗ୍ରେସ ଯୁବନେତା କେ . କୁନା, ସରପଞ୍ଚ ସଂଘ ଗଞ୍ଜାମ ଜିଲା ସଭାପତି ତଥା କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୈାଡ , ଦିଗପହଣ୍ଡି ବ୍ଳକ ସରପଞ୍ଚ ସଂଘ ସଭାପତି ତଥା କରପଡା ପଞ୍ଚାୟତ ସରପଞ୍ଚ ଫନୀନ୍ଦ୍ର ଚନ୍ଦ୍ର ଗୋସ୍ବାମୀ , ଫାସିଗୁଡା ସରପଞ୍ଚ ଗୈାରୀ ବିଷୋୟୀ , ଚଷାନିମଖଣ୍ଡି ସରପଞ୍ଚ ପ୍ରତିନିଧି ରବିଚନ୍ଦ୍ର ଗୈାଡ , ପୂର୍ବତନ ସରପଞ୍ଚ ପିତାମ୍ବର ଗୈାଡ , ବରିଷ୍ଠ ନାଗରିକ ସିମାଞ୍ଚଳ ମାଦଳା , ଫାସିଗୁଡ଼ା ପଞ୍ଚାୟତ ସରପଞ୍ଚ ପ୍ରତିନିଧି ତଥା ସେବା ସମବାୟ ସମିତି ସଭାପତି ଶିବରାମ ପ୍ରଧାନ , ପୂର୍ବତନ ସରପଞ୍ଚ ଦିଲ୍ଲୀପ ସେଠୀ , ଅପେରା ମ୍ୟାନେଜର କୃଷ୍ଣଚନ୍ଦ୍ର ନାୟକ , ଅଧିକାରୀ ରବୀନ୍ଦ୍ର କୁମାର ବିଷୋୟୀ , କୋଷାଧ୍ୟକ୍ଷ ଗୋପାଳ ମଣ୍ଡଳ , ରମେଶ ଚନ୍ଦ୍ର ନାୟକ , ବିଭୂ ସୁନ୍ଦର ପ୍ରଧାନ ପ୍ରମୁଖ ସମ୍ମାନୀତ ଅତିଥି ରୂପେ ମଞ୍ଚାସିନ ଥିଲେ । ନାଟ୍ୟକାର ବିଜୟ ଦାସଙ୍କ ବଳିଷ୍ଠ ନିର୍ଦ୍ଦେଶନା ରେ ଗ୍ରାମର ଯୁବ କଳାକାର ମାନଙ୍କ ଅଭିନୟ ଉପସ୍ଥିତ ଦର୍ଶକଙ୍କୁ ବେଶ ଆମୋଦିତ କରିଥିଲା । ଫାସିଗୁଡା ଗ୍ରାମ ଯୁବଗୋଷ୍ଠୀ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?