ଜାଗା ମିଶନ, ଆଶଙ୍କାରେ ଭୂମିହୀନ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଭୂମିହୀନଙ୍କୁ ଭୂମି ତଥା ବାସସ୍ଥାନ ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ‘ଜାଗା ମିଶନ’କୁ କାର୍ଯ୍ୟକାରୀ କରାଯାଇଛି। ଏନେଇ ପ୍ରକୃତ ହିତାଧିକାରୀ ଚୟନ ପାଇଁ ଚୂଡ଼ାନ୍ତ ସର୍ଭେ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏହି ଯୋଜନାରେ ହିତାଧିକାରୀଙ୍କୁ ୩୫ରୁ ୪୫ ବର୍ଗ ଫୁଟ୍‌ ଜାଗା ଆବଣ୍ଟନ କରାଯିବ। ସହରର ୪୩୬ଟି ବସ୍ତିର ୯୦ ହଜାର ୧୦୩ ପରିବାରକୁ ଜାଗା ମିଶନ ଅଧୀନରେ ବିଚାରକୁ ନିଆଯାଇଥିଲେ ମଧ୍ୟ ଚୂଡ଼ାନ୍ତ ସର୍ଭେ ପରେ ପ୍ରକୃତ ଭୂମିହୀନଙ୍କୁ ଜାଗା ପ୍ରଦାନ କରାଯିବ। ଜାଗା ମିଶନ ଅଧୀନରେ କେତେକ ବସ୍ତିର ଉନ୍ନତିକରଣ କରାଯାଉଥିବାବେଳେ ୧୦ଟି ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରିବାକୁ ଯୋଜନା ରହିଛି। ଏଥିସହ ଚିହ୍ନଟ ହିତାଧିକାରୀଙ୍କୁ ଅନ୍ୟତ୍ର ମଧ୍ୟ ଭୂମି ଯୋଗାଇ ଦିଆଯିବ। ତେଣୁ ଏହି ତାଲିକାରେ ସାମିଲ ହେବାକୁ ଏବେଠୁ ଭୂମିହୀନ ବସ୍ତିବାସିନ୍ଦାଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ସହରରେ ଥିବା ଅନେକ ବସ୍ତିବାସିନ୍ଦା ଏବେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚତ୍ତ ରହିଛନ୍ତି। ବସ୍ତି ଉଚ୍ଛେଦ ସେମାନଙ୍କ ସ୍ଥିତିକୁ ବିଗାଡି ଦେଉଥିବାବେଳେ ମୁଣ୍ଡ ଉପରୁ ଛାତ ଯେ କେତେବେଳେ ଉଠିଯିବ ସେନେଇ ଚିନ୍ତାରେ ଦିନ କାଟୁଛନ୍ତି। ଏପରିସ୍ଥିତିରେ ଜାଗା ମିଶନ ସେମାନଙ୍କୁ ଆଶ୍ୱସ୍ତି ଦେଇଥିଲେ ମଧ୍ୟ ଭୂମିଟିଏ ପାଇବା ନେଇ ଆଶଙ୍କା ଭିତରେ ରହିଛନ୍ତି। ହିତାଧିକାରୀ ଚୟନରେ ପ୍ରିୟାପ୍ରୀତି ତୋଷଣ, ଟଙ୍କା କାରବାର, ରାଜନୈତିକ ହସ୍ତକ୍ଷେପ ଓ ଅନିୟମିତତା ଦୃଷ୍ଟି ଦେବାକୁ ବସ୍ତିବାସିନ୍ଦା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri