ଶ୍ରୀକ୍ଷେତ୍ରରେ ‘ଜଗା ପାଇଁ ଗଛଟିଏ ଲଗା’

ପୁରୀ ଅଫିସ,୯ା୭:ଆଗକୁ କେବଳ ରଥ ନୁହେଁ, ଠାକୁରଙ୍କ ନିର୍ମାଣ ପାଇଁ ବି କାଠ ଅଭାବ ସମସ୍ୟା ଉପୁଜି ପାରେ। ଏଣୁ ଆସନ୍ତୁ ଠାକୁରଙ୍କ ପାଇଁ ଗଛଟିଏ ଲଗାଇବା। ଏପରି ସ୍ଲୋଗାନ ସହ ପବିତ୍ର ଶରଧାବାଲିର ତିନିରଥ ସମ୍ମୁଖରୁ ଆରମ୍ଭ ହୋଇଛି ‘ଜଗା ପାଇଁ ଗଛଟିଏ ଲଗା’ ଅଭିଯାନ। ପ୍ରେରଣା ଗ୍ରୀନ୍‌ ଆର୍ମି ଏବଂ ମିଶନ ଓଡ଼ିଶାର ମିଳିତ ସହଯୋଗରେ ଦିଲୀପ ଶ୍ରୀଚନ୍ଦନ, ବଦ୍ରି ମିଶ୍ର, କଳ୍ପନା ଦାସ ଓ ମଧୁସୂଦନ ମିଶ୍ରଙ୍କ ନେତୃତ୍ୱରେ ଆୟୋଜିତ ଶୋଭାଯାତ୍ରାକୁ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଉଦ୍‌ଘାଟନ କରିଥିଲେ। ଏନ୍‌ସିସି, ଏନ୍‌ଏସ୍‌ଏସ୍‌, ରେଡ୍‌କ୍ରସ, ସେଣ୍ଟ ଜନ୍‌ ଆମ୍ବୁଲାନ୍ସ,ସ୍କାଉଟ୍ସ, ଗାଇଡ୍ସ, ପ୍ରେରଣା ଇଣ୍ଟରନ୍ୟାଶନାଲ, ମିଶନ ଓଡ଼ିଶା, ଶିଶୁ ଓ ମହିଳା ବିକାଶ ସଂସ୍ଥା ସମେତ ଅନେକ ପ୍ରକୃତିପ୍ରେମୀ ଏହି ଶୋଭାଯାତ୍ରାରେ ସାମିଲ ହୋଇ ସହର ପରିକ୍ରମା କରି ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ଏକାଠି ହୋଇଥିଲେ। ସେଠାରେ ଗ୍ରୀନ ଆର୍ମି କମାଣ୍ଡାଣ୍ଟ ବଦ୍ରି ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପରିବେଶ ସଭାରେ ନୀରଦ ଖୁଣ୍ଟିଆ, ଶୋଭାରାଣୀ ସ୍ବାଇଁ, ଜୟନ୍ତୀ ମହାପାତ୍ର, ଗଣେଶ୍ୱର ସାହୁ, ଅଜୟ ପ୍ରଧାନ, ଭାସ୍କର ପୂଜାରୀ, ମାନସ ଦାସ, ଲାଲା ଅନନ୍ତ ସିଂହ, କମଳ ଦାଶ ପ୍ରମୁଖ ନିମ୍ବ, ଫାସି, ଧଉରା ପ୍ରଭୃତି ଚାରା ରୋପଣ ପାଇଁ ଆହ୍ବାନ ଦେଇଥିଲେ। ଏହି ଅବସରରେ ନିମ୍ବ ଚାରା ରୋପଣ କରାଯିବା ସହ ମହାବିଦ୍ୟାଳୟର ଅଧ୍ୟକ୍ଷ ଡାକ୍ତର ସୁଦର୍ଶନ ବେହେରାଙ୍କୁ ସମ୍ମାନିତ କରାଯାଇଥିଲା। ଶ୍ୟାମପ୍ରକାଶ ସେନାପତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri