ଜାମିନରେ ମୁକୁଳିଲେ ଜଗଦ୍ଦେବ

ଖୋର୍ଦ୍ଧା ଅଫିସ,୨୭।୭: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସାଧାରଣ ଲୋକ ଓ ପୋଲିସ ଉପରକୁ ଗାଡ଼ି ମଡ଼ାଇଦେବା ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜାମିନରେ ମୁକୁଳିଛନ୍ତି। ସୁପ୍ରିମକୋର୍ଟ ସୋମବାର ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ସେ ମଙ୍ଗଳବାର ବାଣପୁର କୋର୍ଟରେ ଆବେଦନ କରିଥିଲେ। ହେଲେ ଓକିଲଙ୍କ ଧର୍ମଘଟ ଜାରି ରହିଥିବାରୁ ବିଧାୟକଙ୍କୁ ଜେଏମ୍‌ଏଫ୍‌ସି ପିଆର୍‌ ବଣ୍ଡରେ ଜାମିନ ପ୍ରଦାନ କରିଛନ୍ତି। କୋର୍ଟ କାର୍ଯ୍ୟ ସ୍ବାଭାବିକ ହେବା ପରେ ବିଧାୟକ ପୁଣି ଥରେ କୋର୍ଟରେ ହାଜର ହୋଇ ନିୟମିତ ଜାମିନ ପାଇଁ ଆବେଦନ କରିବେ।
ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୧୨ ତାରିଖରେ ବାଣପୁର ବ୍ଲକ ଚେୟାରମ୍ୟାନ ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ ସ୍ଥାନୀୟ ପଲ୍‌ଟନ ପଡ଼ିଆ ପଟୁ ଏକ ଶୋଭାଯାତ୍ରା ଆସୁଥିଲା। ଏହି ସମୟରେ ବିଧାୟକ ଲ୍ୟାଣ୍ଡ ରୋଭର ରେଞ୍ଜର(ଡିସ୍‌କଭରି) ଗାଡ଼ିରେ ଆସି ବ୍ଲକ କାର୍ଯ୍ୟାଳୟକୁ ଧସେଇ ପଶିବା ବେଳେ ସେଠାରେ ଡ୍ୟୁଟିରେ ଥିବା ପୋଲିସ ତାଙ୍କୁ ଅଟକାଇଥିଲେ। ହେଲେ ଏହାକୁ ଖାତିର ନ କରି ଜବରଦସ୍ତି ସାଧାରଣ ଲୋକ ଓ ପୋଲିସ ଉପରକୁ ଗାଡ଼ି ମଡ଼ାଇ ଦେଇଥିଲେ। ଏଥିରେ ୨ ପୋଲିସ ସମେତ ୨୦ଜଣ ଆହତ ହୋଇଥିଲେ। ଫଳରେ ଉପସ୍ଥିତ ଲୋକେ ଉତ୍‌କ୍ଷିପ୍ତ ହୋଇ ଜଗଦ୍ଦେବଙ୍କୁ ଗାଡ଼ିରୁ ଟାଣି ଆଣି ନିସ୍ତୁକ ମାଡ଼ ମାରିବା ସହ ତାଙ୍କ ଗାଡ଼ିକୁ ଭଙ୍ଗାରୁଜା କରିଥିଲେ। ତାଙ୍କୁ ଲହୁଲୁହାଣ ଅବସ୍ଥାରେ ପୋଲିସ ଉଦ୍ଧାର କରି ପ୍ରଥମେ ବାଣପୁର ମେଡିକାଲରେ ଭର୍ତ୍ତି କରିଥିଲା। ପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେ ସୁସ୍ଥ ହେବା ପରେ ବାଣପୁର ଥାନା ଏସ୍‌ଆଇ ଦେବସ୍ମିତା ବେହେରାଙ୍କ ଅଭିଯୋଗ ଆଧାରରେ ରୁଜୁ ମାମଲା(ନଂ.୧୩୧/୨୦୨୨)ରେ ଜଗଦ୍ଦେବଙ୍କୁ ମାର୍ଚ୍ଚ ୨୨ରେ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ସ୍ବାସ୍ଥ୍ୟଗତ କାରଣରୁ ତାଙ୍କୁ ହାଇକୋର୍ଟରୁ ୨ଥର ଅନ୍ତରୀଣ ଜାମିନ ମିଳିଥିଲା। ପରେ ନିୟମିତ ଜାମିନ ପାଇଁ ସେ ହାଇକୋର୍ଟରେ ଆବେଦନ କରିଥିଲେ ସୁଦ୍ଧା ତାହା ଖାରଜ ହୋଇଯିବାରୁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସୋମବାର ଉକ୍ତ ଆବେଦନର ଶୁଣାଣି କରି ସର୍ବୋଚ୍ଚ ଅଦାଲତ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ବର୍ଷେ ପର୍ଯ୍ୟନ୍ତ ବିଧାୟକ ଜଗଦ୍ଦେବ ଜିଲାପାଳଙ୍କ ବିନା ଅନୁମତିରେ ନିଜ ନିର୍ବାଚନମଣ୍ଡଳୀ ଗସ୍ତ କରିପାରିବେ ନାହିଁ। ଏପରି କି ୫ରୁ ଅଧିକ ଲୋକଙ୍କୁ ନେଇ କୌଣସି ସଭାସମିତି ଆୟୋଜନ କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri