ଜାମିନରେ ମୁକୁଳିଲେ ଜଗଦ୍ଦେବ

ଖୋର୍ଦ୍ଧା ଅଫିସ,୨୭।୭: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସାଧାରଣ ଲୋକ ଓ ପୋଲିସ ଉପରକୁ ଗାଡ଼ି ମଡ଼ାଇଦେବା ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜାମିନରେ ମୁକୁଳିଛନ୍ତି। ସୁପ୍ରିମକୋର୍ଟ ସୋମବାର ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ସେ ମଙ୍ଗଳବାର ବାଣପୁର କୋର୍ଟରେ ଆବେଦନ କରିଥିଲେ। ହେଲେ ଓକିଲଙ୍କ ଧର୍ମଘଟ ଜାରି ରହିଥିବାରୁ ବିଧାୟକଙ୍କୁ ଜେଏମ୍‌ଏଫ୍‌ସି ପିଆର୍‌ ବଣ୍ଡରେ ଜାମିନ ପ୍ରଦାନ କରିଛନ୍ତି। କୋର୍ଟ କାର୍ଯ୍ୟ ସ୍ବାଭାବିକ ହେବା ପରେ ବିଧାୟକ ପୁଣି ଥରେ କୋର୍ଟରେ ହାଜର ହୋଇ ନିୟମିତ ଜାମିନ ପାଇଁ ଆବେଦନ କରିବେ।
ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୧୨ ତାରିଖରେ ବାଣପୁର ବ୍ଲକ ଚେୟାରମ୍ୟାନ ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ ସ୍ଥାନୀୟ ପଲ୍‌ଟନ ପଡ଼ିଆ ପଟୁ ଏକ ଶୋଭାଯାତ୍ରା ଆସୁଥିଲା। ଏହି ସମୟରେ ବିଧାୟକ ଲ୍ୟାଣ୍ଡ ରୋଭର ରେଞ୍ଜର(ଡିସ୍‌କଭରି) ଗାଡ଼ିରେ ଆସି ବ୍ଲକ କାର୍ଯ୍ୟାଳୟକୁ ଧସେଇ ପଶିବା ବେଳେ ସେଠାରେ ଡ୍ୟୁଟିରେ ଥିବା ପୋଲିସ ତାଙ୍କୁ ଅଟକାଇଥିଲେ। ହେଲେ ଏହାକୁ ଖାତିର ନ କରି ଜବରଦସ୍ତି ସାଧାରଣ ଲୋକ ଓ ପୋଲିସ ଉପରକୁ ଗାଡ଼ି ମଡ଼ାଇ ଦେଇଥିଲେ। ଏଥିରେ ୨ ପୋଲିସ ସମେତ ୨୦ଜଣ ଆହତ ହୋଇଥିଲେ। ଫଳରେ ଉପସ୍ଥିତ ଲୋକେ ଉତ୍‌କ୍ଷିପ୍ତ ହୋଇ ଜଗଦ୍ଦେବଙ୍କୁ ଗାଡ଼ିରୁ ଟାଣି ଆଣି ନିସ୍ତୁକ ମାଡ଼ ମାରିବା ସହ ତାଙ୍କ ଗାଡ଼ିକୁ ଭଙ୍ଗାରୁଜା କରିଥିଲେ। ତାଙ୍କୁ ଲହୁଲୁହାଣ ଅବସ୍ଥାରେ ପୋଲିସ ଉଦ୍ଧାର କରି ପ୍ରଥମେ ବାଣପୁର ମେଡିକାଲରେ ଭର୍ତ୍ତି କରିଥିଲା। ପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେ ସୁସ୍ଥ ହେବା ପରେ ବାଣପୁର ଥାନା ଏସ୍‌ଆଇ ଦେବସ୍ମିତା ବେହେରାଙ୍କ ଅଭିଯୋଗ ଆଧାରରେ ରୁଜୁ ମାମଲା(ନଂ.୧୩୧/୨୦୨୨)ରେ ଜଗଦ୍ଦେବଙ୍କୁ ମାର୍ଚ୍ଚ ୨୨ରେ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ସ୍ବାସ୍ଥ୍ୟଗତ କାରଣରୁ ତାଙ୍କୁ ହାଇକୋର୍ଟରୁ ୨ଥର ଅନ୍ତରୀଣ ଜାମିନ ମିଳିଥିଲା। ପରେ ନିୟମିତ ଜାମିନ ପାଇଁ ସେ ହାଇକୋର୍ଟରେ ଆବେଦନ କରିଥିଲେ ସୁଦ୍ଧା ତାହା ଖାରଜ ହୋଇଯିବାରୁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସୋମବାର ଉକ୍ତ ଆବେଦନର ଶୁଣାଣି କରି ସର୍ବୋଚ୍ଚ ଅଦାଲତ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ବର୍ଷେ ପର୍ଯ୍ୟନ୍ତ ବିଧାୟକ ଜଗଦ୍ଦେବ ଜିଲାପାଳଙ୍କ ବିନା ଅନୁମତିରେ ନିଜ ନିର୍ବାଚନମଣ୍ଡଳୀ ଗସ୍ତ କରିପାରିବେ ନାହିଁ। ଏପରି କି ୫ରୁ ଅଧିକ ଲୋକଙ୍କୁ ନେଇ କୌଣସି ସଭାସମିତି ଆୟୋଜନ କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?