Posted inଜାତୀୟ

ଦୀଘାରେ ଜଗନ୍ନାଥ ଧାମ ବିବାଦ: ମୁହଁ ଖୋଲିଲେ ମମତା, ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରି କହିଲେ…

କୋଲକାତା,୫ା୫: ଦୀଘାରେ ଜଗନ୍ନାଥ ଧାମକୁ ନେଇ ବିବାଦ ଥମୁନି। ଏନେଇ ମୁହଁ ଖୋଲଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମମତା ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରି କହିଛନ୍ତି ପୁରୀ ମନ୍ଦିର ଓ ଜଗନ୍ନାଥଙ୍କୁ ଆମେ ସମ୍ମାନ କରୁ ସାରା ଦେଶରେ କାଳୀ ମନ୍ଦିର ଓ ଗୁରୁଦ୍ୱାର ରହିଛି। ମାତ୍ର ଦୀଘା ମନ୍ଦିରକୁ ନେଇ ଏତେ ରାଗ କାହିଁକି ବୋଲି ଓଡ଼ିଶା ସରକାରଙ୍କୁ ମମତା ପ୍ରଶ୍ନ କରିଛନ୍ତି।

ଅନ୍ୟପକ୍ଷରେ ଦୀଘା ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ସୋମବାର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରକୋଷ୍ଠରେ ଉକ୍ତ ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଛନ୍ତି।

ଏପ୍ରିଲ ୩୦ରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ପକ୍ଷରୁ ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେଇଥିବାବେଳେ ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ ଧାମ’ ରୂପେ ନାମକରଣ କରାଯାଇଛି। ଏପରି କି ନବକଳେବର ଦାରୁରେ ଠାକୁରଙ୍କ ମୂର୍ତ୍ତି ନିର୍ମାଣ କରାଯାଇ ବ୍ରହ୍ମସ୍ଥାପନ ହୋଇଥିବା ଚର୍ଚ୍ଚା ହେଉଛି। ଶ୍ରୀମନ୍ଦିର ଦଇତାପତି ସେବାୟତ ବିନାୟକ ଦାସ ମହାପାତ୍ର କହିଛନ୍ତି, ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ ହେବା ଦ୍ୱାରା ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ହେବ। ତେବେ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ପୁରୀରୁ ୭ରୁ ୮ଜଣ ଦଇତାପତି ସେବାୟତ ନିମନ୍ତ୍ରିତ ଅତିଥି ରୂପେ ଯୋଗଦେଇଥିଲେ। ସେମାନଙ୍କର ପୂଜାବିଧି କର୍ତ୍ତବ୍ୟ କିଛି ନ ଥିଲା। ବ୍ରହ୍ମ ସ୍ଥାପନ କେବଳ ଗୋଟିଏ ସ୍ଥାନରେ ଅର୍ଥାତ ଶ୍ରୀମନ୍ଦିରରେ ହୁଏ, ଯାହା ନବକଳେବର ସମୟରେ ପରିବର୍ତ୍ତନ କରାଯାଇଥାଏ। ଅନ୍ୟ କୌଣସି ସ୍ଥାନରେ ବ୍ରହ୍ମ ଆସିପାରିବ ନାହିଁ। ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ବରିଷ୍ଠ ସେବାୟତ ମାଧବ ମହାପାତ୍ର କହିଛନ୍ତି, ଏହା ହେଉଛି ଓଡ଼ିଆ ଜାତି ଓ ମହାପ୍ରଭୁଙ୍କ ସ୍ବାଭିମାନର ପ୍ରଶ୍ନ। ଏହି ସ୍ବାଭିମାନକୁ ସର୍ବଦା ଚ୍ୟାଲେଞ୍ଜ କରିବା ଭଳି କାର୍ଯ୍ୟ କରୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ। ଅତୀତରେ ରସଗୋଲା ଘଟଣା ହେଉ କି ବର୍ତ୍ତମାନର ଜଗନ୍ନାଥ ଧାମ ପ୍ରସଙ୍ଗ ହେଉ, ସବୁକ୍ଷେତ୍ରରେ ଓଡ଼ିଶାର ମାନ ଅଭିମାନ କ୍ଷୁଣ୍ଣ ହେବା ନେଇ ଅପଚେଷ୍ଟା କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ ମହାପ୍ରଭୁଙ୍କ ମନ୍ଦିର ରହିଛି ଏବଂ ଆହୁରି ମନ୍ଦିର ହେବାର ଆବଶ୍ୟକତା ଅଛି। ମାତ୍ର ପଶ୍ଚିମବଙ୍ଗରେ ଓଡ଼ିଆ ଜାତିକୁ ତଳକୁ ନେବା ପାଇଁ ପ୍ରତ୍ୟେକ ପର୍ବକୁ ତାଙ୍କର କରିବାକୁ ଅପଚେଷ୍ଟା କରାଯାଉଛି। ପୁରୀ ଗସ୍ତ ସମୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ବିରୋଧ କରାଯାଇଥିଲା। ତେଣୁ ସେ ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ କରାଇଛନ୍ତି। ତାଙ୍କର ଏହି ଗର୍ବ ଓ ଅହଂକାରର ଜବାବ ଆଗାମୀ ଦିନରେ ଓଡ଼ିଶାବାସୀ ଦେବେ। ସେହିପରି ପୁରୀ ସେବାୟତ ସେହି କାର୍ଯ୍ୟରେ ଯୋଗଦେବା ନେଇ ନିଜକୁ ପ୍ରଶ୍ନ ପଚାରିବାର ଥିଲା।

ସେହିପରି ସୁଆର ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆର କହିଛନ୍ତି, ଏଭଳି କାର୍ଯ୍ୟ ନିମନ୍ତେ ଜଗନ୍ନାଥ ସଂସ୍କୃତିର ହାନି ହେଉଛି। ନିଯୋଗ ପକ୍ଷରୁ ନିଷ୍ପତ୍ତି ହୋଇଥିଲା କି କୌଣସି ସ୍ଥାନରେ ସୂପକାର ରୋଷେଇ କରିବେ ନାହିଁ। ତେବେ ଦୀଘାରେ ପ୍ରତିଷ୍ଠା ହୋଇଥିବା ଜଗନ୍ନାଥ ମନ୍ଦିରରେ ରୋଷେଇ ପାଇଁ କେତେଜଣ ସୂପକାର ଯାଉଥିବା ଖବର ମିଳିଥିଲା। ଫଳରେ ନିଯୋଗ ପକ୍ଷରୁ ବିରୋଧ କରାଯାଇ ନୋଟିସ୍‌ କରାଯାଇଥିଲା। ତେଣୁ କୌଣସି ସୂପକାର ବା କର୍ମଚାରୀ ସେଥିରେ ଯୋଗଦାନ କରିନାହାନ୍ତି। ତେଣୁ ସମସ୍ତଙ୍କୁ ଧନ୍ୟବାଦ। ଶ୍ରୀକ୍ଷେତ୍ର ଛଡ଼ା ଅନ୍ୟ କେଉଁଠୁ ବହ୍ମ ଆସିଲା ବୋଲି ମହାସୁଆର ପ୍ରଶ୍ନ କରିଛନ୍ତି। ସେହିପରି ବରିଷ୍ଠ ସେବାୟତ ସୋମନାଥ ଖୁଣ୍ଟିଆ କହିଛନ୍ତି, ଦୀଘା କେବେ ଧାମ ହୋଇପାରିବ ନାହିଁ, ଦୀଘା ଗୋଟିଏ ମନ୍ଦିର ଓ ପର୍ଯ୍ୟଟନସ୍ଥଳନୀ। ଯେଉଁମାନେ ସେଠାକୁ ଯାଇଥିଲେ, ସେମାନେ ତାଙ୍କର ବଡ଼ିମା ଦେଖାଇବା ପାଇଁ ଯାଇଥିଲେ। ବେପାର ଉଦେଶ୍ୟରେ ଯାଇଛନ୍ତି। ମମତା ବାନାର୍ଜୀ ବ୍ୟବସାୟ କରିବା ପାଇଁ ମନ୍ଦିର ନିର୍ମାଣ କରିଛନ୍ତି। ବ୍ରହ୍ମ ସଂସ୍ଥାପନ ଓ ଘଟ ପରିବର୍ତ୍ତନ ଆଦି କେବଳ ଶ୍ରୀମନ୍ଦିରରେ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri