ପୁଣି ଜାମିନ ଆବେଦନ କଲେ ଜଗନ୍ନାଥ, ଖାରଜ କଲେ କୋର୍ଟ

ଭୁବନେଶ୍ୱର,୪ା୭: ଗିରଫ ହୋଇଥିବା ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି। ଖୋର୍ଦ୍ଧା ଜିଲା ଦୌରାଜଜ୍‌ କୋର୍ଟରେ ସେ ଜାମିନ ଆବେଦନ କରିଥିଲେ ହେଲେ କୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। ଗତକାଲି ମଧ୍ୟ ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ ଆବେଦନ ଖାରଜ ହୋଇଯାଇଥିଲା।

ଜଗନ୍ନାଥଙ୍କୁ ଭୁବନେଶ୍ୱରର ଝାରପଡ଼ା ଜେଲରେ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ଭୁବନେଶ୍ୱର ମହାନଗର ନିଗମ (BMC) ଅତିରିକ୍ତ କମିଶନରଙ୍କ ଉପରେ ଆକ୍ରମଣ ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା। ଗତକାଲି ରାତିରେ ସେ ଡିସିପି ଅଫିସରେ ଆତ୍ମସମର୍ପଣ କରିଥିଲେ, ଯାହା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନିଆଯାଇଥିଲା। ଏହାପରେ କୋର୍ଟରେ ହାଜର କରାଯାଇ ଝାରପଡ଼ା ଜେଲକୁ ପଠାଯାଇଥିଲା।

ଜଗନ୍ନାଥଙ୍କ ବିରୋଧରେ ଭାରତୀୟ ନୂତନ ସଂହିତା (BNS) ଅଧୀନରେ ୧୧ଟି ଧାରା ଯଥା ୩୩୩, ୧୩୨, ୧୨୧(୧), ୧୨୧(୨), ୩୫୧(୨), ୬୨, ୩୦୪, ୫୪, ୬୧(୨), ୧୮୯(୨), ଓ ୧୯୦/୩(୫) ଅନୁଯାୟୀ ଅଭିଯୋଗ ରୁଜୁ ହୋଇଛି। ଏହି ମାମଲାରେ ଗିରଫଦାରୀ ସଂଖ୍ୟା ୬କୁ ବୃଦ୍ଧି ପାଇଛି।

କୋର୍ଟରେ ଜଗନ୍ନାଥଙ୍କ ଜାମିନ ଆବେଦନ ନାମଞ୍ଜୁର ହେବା ପରେ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ତାଙ୍କ ଓକିଲ କହିଛନ୍ତି ଯେ, ଏହି ମାମଲାକୁ ସେସନ୍ସ କୋର୍ଟରେ ଉପସ୍ଥାପନ କରାଯିବ। କୋର୍ଟ ବାହାରେ ଜଗନ୍ନାଥଙ୍କ ଶହ ଶହ ସମର୍ଥକଙ୍କ ଭିଡ଼ ଦେଖାଦେଇଥିଲା, ଏବଂ ଝାରପଡ଼ା ଜେଲ ଫାଟକ ଆଗରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।

ଏହି ଘଟଣା ରାଜନୈତିକ ମହଲରେ ତୀବ୍ର ଚର୍ଚ୍ଚାର ବିଷୟ ହୋଇଛି। ଭୁବନେଶ୍ୱର ଡିସିପି ପୋଲିସ ପକ୍ଷରୁ ସ୍ପଷ୍ଟ କରିଛନ୍ତି ଯେ, ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯାଇ ଜେଲକୁ ପଠାଯାଇଛି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଓ ସେସନ୍ସ କୋର୍ଟରେ ହେବାକୁ ଥିବା ବିଚାର ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri