ଆରମ୍ଭରୁ ଜଗନ୍ନାଥ ଶେଷରେ ବାସନ୍ତୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ସବୁ କାମରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସ୍ମରଣ କରିଥାଆନ୍ତି। ବିଜେଡି ସରକାରର ପଞ୍ଚମ ପାଳିର ଦ୍ୱିତୀୟ ପର୍ଯ୍ୟାୟ ମନ୍ତ୍ରିମଣ୍ଡଳ ଗଠନ ବେଳେ ଜଗନ୍ନାଥଙ୍କ ନାମକୁ ନେଇ ଚର୍ଚ୍ଚା ହୋଇଛି। ରବିବାର ଶପଥ ଗ୍ରହଣ ଉତ୍ସବ ଜଗନ୍ନାଥରୁ ହିଁ ଆରମ୍ଭ ହୋଇଥିବା ବେଳେ ବାସନ୍ତୀଙ୍କ ନାମରେ ଶେଷ ହୋଇଥିଲା। ଦୁଇ ଆଦିବାସୀ ବିଧାୟକଙ୍କଠାରୁ ଶପଥ ଗ୍ରହଣ ଆରମ୍ଭ ଓ ଶେଷ ହେବା ନବୀନଙ୍କ ଜନଜାତି ବର୍ଗଙ୍କ ପ୍ରତି ଥିବା ସମ୍ମାନକୁ ଦର୍ଶାଉଛି। ରବିବାର ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ରେ ରାଜ୍ୟପାଳ ଗଣେଶୀ ଲାଲା ଶପଥ ପାଠ କରାଇଥିଲେ। ପ୍ରଥମେ ବିଷମକଟକ ବିଧାୟକ ଜଗନ୍ନାଥ ସାରକାଙ୍କଠାରୁ ଶପଥ ପାଠ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହାପରେ ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ, ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ୍‌ ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri