ସୁନାବେଶରେ ଜଗନ୍ନାଥ

ବାଲେଶ୍ୱର ଅଫିସ, ୩୦।୧୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାଲଗୋପାଳପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥଙ୍କର ୮ମ ପଟୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କୋଭିଡ୍‌ କଟକଣା ଉଠିବା ପରେ ଶ୍ରଦ୍ଧାଳୁମାନେ ମହାପ୍ରଭୁ ଜଗନ୍ନାଥ, ବଡ଼ଠାକୁର ବଳଭଦ୍ର ଏବଂ ମାତା ସୁଭଦ୍ରା ଦେବୀଙ୍କ ସୁନାବେଶ ଦର୍ଶନ କରିବାର ସୁଯୋଗ ପାଇଥିଲେ। ସକାଳ ୭ଟା ୪୨ମିନିଟ୍‌ରେ ୧୦୮ କଳସଯାତ୍ରା ଶେଷ ହେବା ପରେ ଭକ୍ତଙ୍କ ପାଇଁ ସାହାଣମେଲା ଦର୍ଶନ ଅନୁଷ୍ଠିତ ହୋଇଥିଲା। ୮ଟା ୩୦ମିନିଟ୍‌ରେ ଗର୍ଭଗୃହ ମଧ୍ୟରେ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର ଏବଂ ମାତା ସୁଭଦ୍ରା ଦେବୀଙ୍କର ଅପୂର୍ବ ସୁନାବେଶ ଅନୁଷ୍ଠିତ ହୋଇଥିଲା। ଅପରାହ୍ନ ୨ଟା ୫୩ମିନିଟ୍‌ରେ ମହାଯଜ୍ଞ ଅନୁଷ୍ଠିତ ହୋଇଥିଲା। ସେହିପରି ୩ଟା ୩୦ମିନିଟ୍‌ରୁ ୫ଟା ପର୍ଯ୍ୟନ୍ତ ରଙ୍ଗୋଲି ପ୍ରତିଯୋଗିତା, ୫ଟା ୩୦ମିନିଟ୍‌ରେ ଫ୍ୟାନ୍‌ସି ଡ୍ରେସ୍‌ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନ ୯ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସମସ୍ତ ଶ୍ରଦ୍ଧାଳୁଙ୍କ ନିମନ୍ତେ ପ୍ରସାଦସେବନ ବ୍ୟବସ୍ଥା କରାଯାଇଥିଲା। ଲୋକସମ୍ପର୍କ ଅଧିକାରୀ ମନୋଜ କୁମାର ପାଢ଼ୀଙ୍କ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଭଜନସନ୍ଧ୍ୟାର ଆୟୋଜନ କରାଯାଇଥିଲା। ଇମାମୀ ଗ୍ରୁପ୍‌ର ନିର୍ଦ୍ଦେଶକ ତଥା ଜଗନ୍ନାଥ ମନ୍ଦିର ମୁଖ୍ୟ ପୃଷ୍ଠପୋଷକ ସୁଶୀଲ କୁମାର ଗୋୟେଙ୍କା, ସ୍ଥାନୀୟ କାଗଜକଳର ସଭାପତି ଆଶିଷ ଅବିନାଶ ଗୁପ୍ତା, ଉପସଭାପତି ରାଜେଶ କୁମାର ମିତ୍ତଲ, ସାଧାରଣ ପରିଚାଳକ ଡ. ୟୁସୁଫ୍‌ ଅଲ୍ଲୀ ସୋଲାଙ୍କି ତଥା ବରିଷ୍ଠ ଅଧିକାରୀ ଦେବବ୍ରତ ହୋତା, ରମେଶ ଚନ୍ଦ୍ର ଖୁଣ୍ଟିଆ, ଓମ୍‌ ପ୍ରକାଶ ଶର୍ମା, ମନୋଜ କୁମାର ପାଢ଼ୀ, ମନ୍ଦିର ପ୍ରଶାସନିକ ଅଧିକାରୀ ନିଖିଳ ରଞ୍ଜନ ଦାସସାମନ୍ତରାୟ, ଇମାମୀ ଲେଡ଼ିଜ କ୍ଲବ ସଭାପତି ବନ୍ଦନା ଗୁପ୍ତା ପ୍ରମୁଖ ଯୋଗଦେଇ କାର୍ଯ୍ୟ ସମ୍ପାଦନ କରିଥିଲେ। ମନ୍ଦିର ମୁଖ୍ୟ ପୂଜକ ପ୍ରଦୀପ୍ତ କୁମାର ମିଶ୍ର ଏବଂ ତାଙ୍କର ସହଯୋଗୀମାନେ ପୂଜାର୍ଚ୍ଚନା ସମାପନ କରିଥିବାବେଳେ ରେମୁଣା ଥାନା ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଫକୀରମୋହନ ବିଶ୍ୱବିଦ୍ୟାଳୟର କୁଳପତି ଡ. ସନ୍ତୋଷ କୁମାର ତ୍ରିପାଠୀ ଯୋଗଦେଇଥିଲେ। ମନ୍ଦିର ପ୍ରଶାସନ ପକ୍ଷରୁ ମନୋଜ କୁମାର ପାଢ଼ୀ କୃତଜ୍ଞତା ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?